ଆଇସିସି ଟେଷ୍ଟ ଟିମ୍ ରାଙ୍କରେ ପ୍ରଥମ ସ୍ଥାନକୁ ଫେରିଛି ଭାରତ
by Argus News
Mon, Mar 11 | 9:44 a.m.

ଅର୍ଗସ ବ୍ୟୁରୋ : ଟିମ୍ ଇଣ୍ଡିଆ ରଚିଲା ଇତିହାସ ।  ଆଇସିସି ଟେଷ୍ଟ ଟିମ୍ ରାଙ୍କରେ ପ୍ରଥମ ସ୍ଥାନକୁ ଫେରିଛି ଟିମ ଇଣ୍ଡିଆ । ଟେଷ୍ଟ ସିରିଜରେ ଦମଦାର ପ୍ରଦର୍ଶନ କରି ଅଷ୍ଟ୍ରେଲିଆକୁ ପଛରେ ପକାଇ ଏବେ ଭାରତର  ୧୧୨ ରେଟିଙ୍ଗ ରହିଛି । ଭାରତ ଓ ଇଂଲଣ୍ଡ ଟେଷ୍ଟ ସିରିଜରେ ଜିତିବା ପରେ ଭାରତକୁ ଏହି ସଫଳତା ମିଳିଛି ।

ଅଧିକ ପଢନ୍ତୁ : ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରେ ଭାରତ ବଡ଼ ବିଜୟ

 ରୋହିତ ଶର୍ମାଙ୍କ ଟିମ ଏବେ ଆଇସିସି ରାଙ୍କରେ ପ୍ରଥମ ସ୍ଥାନରେ ପହଞ୍ଚିଛି । ଏହାସହ ଏକା ସମୟରେ  ଟି ୨୦ ଓ ଓ୍ବାନ୍ ଡେ ରେ ମଧ୍ୟ ଭାରତକୁ ଶୀର୍ଷ ସ୍ଥାନ ମିଳିଛି । ଗତ ଜାନୁଆରୀ (୨୫-୨୯)ରେ ହାଇଦ୍ରାବାଦରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଭାରତ ୨୮ ରନରେ ପରାଜୟ ବରଣ କରିଥିଲା । ମାତ୍ର ଏହାପରେ କ୍ରମାଗତ ୪ଟି ମ୍ୟାଚ ଜିତି ଭାରତ କମବ୍ୟାକ କରି ରୋମାଞ୍ଚକର ଶୈଳୀରେ ୪-୧ରେ ସିରିଜ୍ ଜିତିପାରିଥିଲା । ଗୋଟିଏ ଟିମ୍ ପ୍ରଥମ ଟେଷ୍ଟରେ ହାରିବା ପରେ ପରବର୍ତ୍ତୀ ୪ଟି ମ୍ୟାଚ ଜିତିବା ଏପରି ଘଟଣା ବିଶ୍ୱ ଟେଷ୍ଟ କ୍ରିକେଟରେ ମାତ୍ର ତିନି ଥର ଘଟିଛି ।

RAHUL
ବଲାଙ୍ଗିର ଜନସଭାରେ ଯୋଗ ଦେବେ ରାହୁଲ
ଅର୍ଗସ ବ୍ୟୁରୋ: ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧି। ମେ’ ୧୫ ରେ ବଲାଙ୍ଗିର ଜନସଭାରେ ଯୋଗ ଦେଇ ରାହୁଲ ସମ୍ବୋଧନ କରିବେ ଓ ସେଠାରୁ ବାଇକ ରାଲି ସହ ସବୁଠି ପ୍ରଚାର କର
NAVEEN PATNAIK
ନବୀନଙ୍କୁ ଫଶାଇଦେଲା ଭାରତ ରତ୍ନ ପ୍ରସଙ୍ଗ !
ଅର୍ଗସ ବ୍ୟୁରୋ : ସ୍ଵାର୍ଥପରର ସୀମାପାର କଲେଣି ମୁଖ୍ୟମନ୍ତ୍ରୀ । ଓଡ଼ିଶା ପାଇଁ ବିଜୁ ବାବୁଙ୍କ ଅନେକ ଅବଦାନ ଅଛି ଆମେ ଜମାରୁ ଅସ୍ଵୀକାର କରୁନୁ । ହେଲେ ରାଜ୍ୟରେ ଶହଶହ ବରପୁତ୍ର ଅଛନ୍ତି
PURI
ରତ୍ନଭଣ୍ଡାର ଚାବି ହଜାଇଛି କିଏ ?
ଅର୍ଗସ ବ୍ୟୁରୋ: ନବୀନ ବାବୁ କହିଲେ ଓଡ଼ିଆଙ୍କ ପାଇଁ ଚିନ୍ତା କରନ୍ତିନି ମୋଦି । ହେଲେ ପ୍ରକୃତରେ ଓଡ଼ିଆଙ୍କ ଲାଗି ଚିନ୍ତା କରନ୍ତି କିଏ ? ସେନେଇ ଗୋଟି ଗୋଟି ଗୁମର ଖୋଲିଦେଲେ ଧର୍ମେନ୍ଦ୍ର