ସୁପର୍‌ ଓଭରରେ ଭାରତର ସୁପର୍‌ ବିଜୟ
by Argus News
Thu, Jan 18 | 6:37 a.m.

ଅର୍ଗସ ବ୍ୟୁରୋ : ଭାରତ-ଆଫଗାନିସ୍ତାନ ତୃତୀୟ ଟି-୨୦ । ରୋମାଞ୍ଚକ ସୁପର୍‌ ଓଭରରେ ଭାରତର ସୁପର୍‌ ବିଜୟ । ୩-0ରେ ଶୃଙ୍ଖଳା ମୂଳପୋଛ କଲା ରୋହିତ ବାହିନୀ । ଏହି ମ୍ୟାଚରେ ଆଫଗାନିସ୍ତାନ ଆଗରେ ବିଜୟ ପାଇଁ ୨୧୩ ରନର ଲକ୍ଷ୍ୟ ରଖିଥିଲା ଭାରତ । କିନ୍ତୁ ଆଫଗାନିସ୍ତାନର ବ୍ୟାଟ୍ସମ୍ୟାନମାନେ ଲଢୁଆ ବ୍ୟାଟିଂ କରି ମ୍ୟାଚକୁ ଟାଇ କରିଦେଇଥିଲେ । ଫଳରେ ସୁପର ଓଭର ଖେଳାଯାଇଥିଲା । 

ସୁପର ଓଭରରେ ଆଫଗାନ ଦଳ ପ୍ରଥମେ ବ୍ୟାଟିଂ କରି ୧୬ ରନ କରିଥିଲା ଓ ଭାରତ ଆଗରେ ୧୭ ରନର ଲକ୍ଷ୍ୟ ରଖିଥିଲା । ଏହାର ଜବାବରେ ଭାରତ ମଧ୍ୟ ୧୬ ରନ କରିବାରୁ ମ୍ୟାଚ ପୁଣି ଥରେ ଟାଇ ହୋଇଥିଲା । ଏହା ପରେ ଆଉ ଥରେ ସୁପର ଓଭର ଖେଳ ହୋଇଥିଲା । ଏଥିରେ ଭାରତ ପ୍ରଥମେ ବ୍ୟାଟିଂ କରି ୧୧ ରନ କରିଥିଲା । ଏହାର ଜବାବରେ ଆଫଗାନିସ୍ତାନ ମାତ୍ର ୧ ରନ କରିପାରିଥିଲା ଓ ଭାରତ ୧୦ ରନରେ ବିଜୟୀ ହୋଇଥିଲା । 

ଅଧିକ ପଢନ୍ତୁ ଖେଳ ଖବର

ମ୍ୟାଚରେ ଅଧିକନାୟକ ରୋହିତ ଶର୍ମା ୬୯ଟି ବଲରୁ ୧୨୧ ରନ୍‌ର ଶତକୀୟ ପାରି ଓ ରିଙ୍କୁ ସିଂକଙ୍କ ୬୯ ରନ୍ କରିଥିଲେ । ରବି ବିଷ୍ଣୋଇ ୩ ବଲ୍‌ରେ ୨ ୱିକେଟ୍‌ ନେଇ ଭାରତକୁ ଜିତାଇବାରୁ ସୁପର ଓଭରର ହିରୋ ପାଲଟି ଯାଇଥିଲେ ।

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ