ବାଂଲାଦେଶକୁ ୧୦ ୱିକେଟରେ ପରାସ୍ତ କଲା ଭାରତୀୟ ମହିଳା ଟିମ
by Argus News
Fri, Jul 26 | 6:03 p.m.

ଅର୍ଗସ ବ୍ୟୁରୋ: ଏସିଆ କପ ଫାଇନାଲରେ ପ୍ରବେଶ କଲା ଭାରତୀ ମହିଳା ଦଳ । ପ୍ରଥମ ସେମିଫାଇନାଲରେ ଭାରତ ୧୦ ୱିକେଟରେ ବାଂଲାଦେଶକୁ ପରାସ୍ତ କରିଛି । ଏହି ମ୍ୟାଚରେ ଭାରତ ପକ୍ଷରୁ ସ୍ମୃତି ମନ୍ଧାନା ଅର୍ଦ୍ଧ ଶତକ ହାସଲ କରିଛନ୍ତି। ସେହିପରି ରେଣୁକା ସିଂ, ରାଧିକା ଯାଦବ ୩ଟି ଲେଖାଏଁ ୱିକେଟ ନେଇଛନ୍ତି ।
ଏହି ମ୍ୟାଚରେ ଟସ ଜିତି ବାଂଲାଦେଶ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ହେଲେ ବଡ ସ୍କୋର କରିବାରେ ବିଫଳ ହୋଇଥିଲା ।

ନିଗାରା ସୁଲତାନା ଓ ସୋରନା ଅଖତାରଙ୍କୁ ଛାଡିଦେଲେ କୌଣସି ବ୍ୟାଟ୍ସମ୍ୟାନ ୨ ଅଙ୍କ ଛୁଇଁ ପାରିନଥିଲେ । ଫଳରେ ବାଂଲାଦେଶ ୨୦ ଓଭରରେ ୮ ୱିକେଟ ହରାଇ ୮୦ ରନ କରିଥିଲା । ସେହିପରି ଭାରତ ୮୧ ରନର ବିଜୟ ଲକ୍ଷ୍ୟକୁ ବିନା ୱିକେଟ ହରାଇ ୧୧ ଓଭରରେ ହାସଲ କରିଥିଲା ।

ତେବେ ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କା ଓ ପାକ୍ସାତନ ମୁହାଁ ମୁହିଁ ହେବେ । ଯିଏ ଜିତିବ ସେ ୨୮ ତାରିଖରେ ଭାରତ ସହ ଫାଇନାଲ ଖେଳିବ । ଭାରତ ଏସିଆ କପରେ ସର୍ବାଧିକ ଥର ବିଜୟୀ ହୋଇଛି । ଭାରତ ୭ଥର ଚାମ୍ପିୟନ ହୋଇଥିବା ବେଳେ ବାଂଲାଦେଶ ଥରେ ଚାମ୍ପିୟନ ହୋଇଛି। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା