କଟକ ଓ ଭୁବେନଶ୍ବରକୁ ରେଡ୍‌ ଆଲର୍ଟ ଜାରି 
by Argus News
Sat, Apr 27 | 2:30 p.m.

ଭୁବନେଶ୍ୱର: ଅସହ୍ୟ ହେଉଛି ତାତି ।  ଆଜି କଟକ ଓ ଭୁବେନଶ୍ବରରେ ଭୀଷଣ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିସହିତ ଅପରାହ୍ନ ୨ଟା ସୁଦ୍ଧା ୪୧ ଟପିଛି ତାପମାତ୍ରା।   ପ୍ରବଳ ଖରା ପାଇଁ  କଟକ ଓ ଭୁବେନଶ୍ବରକୁ ରେଡ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ଆଜି  ୪୫ ଡିଗ୍ରୀ ପାର ହୋଇପାରେ ତାତି।  ଆଗାମୀ ୯ ତାରିଖ ଯାଏଁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ।  ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବନାହିଁ ।

 

ତେବେ ଆସନ୍ତା ମେ ୯ ତାରିଖ ଯାଏଁ ସେଭଳି କୌଣସି ବଡ଼ ବର୍ଷାର ସଂଭାବନା ନଥିବାରୁ ତାତିରେ ଲାଗିବନି ବ୍ରେକ ।  ଗତକାଲି ରାଜ୍ୟର ୩୨ଟି ସ୍ଥାନରେ ପାରଦ ୪୦ ଡିଗ୍ରୀକୁ ଟପିଥିବାବେଳେ ତା’ମଧ୍ୟରୁ ୪ଟି ସହରର ପାରଦ ୪୪ ପାର୍ କରିଥିଲା । ୪୪.୬ ଡିଗ୍ରୀ ସହ ଅନୁଗୁଳରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ତା ପଛକୁ ବୌଦ୍ଧରେ ୪୪.୫ ଡିଗ୍ରୀ ରେକର୍ଡ ହୋଇଥିଲା ।
ଅଧିକ ପଢନ୍ତୁ ଓଡ଼ିଶା ଖବର 

ଏମ୍ସରୁ ସୁସ୍ଥ ହୋଇ
5m ago
ଏମ୍ସରୁ ସୁସ୍ଥ ହୋଇ ଘରକୁ ଫେରିଲେ ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ
ଅର୍ଗସ ବ୍ୟୁରୋ: ଏମ୍ସରୁ ସୁସ୍ଥ ହୋଇ ଘରକୁ ଫେରିବା ପରେ ବିଜେପି ନେତା ତଥା ବ୍ରହ୍ଣପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ବିସ୍ଫୋରକ ବୟାନ। ମୋତେ ଆକ୍ରମଣ ବିଜେଡିର ଏ
ରିଗିଂ ଅଭିଯୋଗ
17m ago
ବିଜେଡିର ଏଜେଣ୍ଟ ଜବରଦସ୍ତ ଭୋଟ୍ ଦେଉଥିବା ଅଭିଯୋଗ
ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ବୁଥ୍ ରିଗିଂ ଅଭିଯୋଗ । କିରାସରା ଓ କାଦପଦର ବୁଥରେ ବିଜେଡି ନେତା ଭୋଟ୍ ରିଗିଂ କରୁଥିବା ଅଭିଯୋଗ କରିଛନ୍ତି ଲୋକେ l ଭୋଟରଙ୍କୁ ଭୋଟ
୪୭ନଂ ବୁଥରେ
32m ago
୪୭ନଂ ବୁଥରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ
ଅର୍ଗସ ବ୍ୟୁରୋ: ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ତୁରୁମୁ ପଞ୍ଚାୟତର ବେରୁଆବାଡ଼ି ଗ୍ରାମର ୪୭ ନଂ ବୁଥରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ। ବିଜେପି କର୍ମୀମାନଙ୍କୁ ଆକ୍ରମଣ ଅଭିଯୋଗ। ବୁ