ଆସନ୍ତାକାଲିଠୁ ୩ ଦିନ ଯାଏ ରାଜ୍ୟରେ ବର୍ଷା
by Argus News
Wed, Feb 14 | 8:29 a.m.

ଅର୍ଗସ ବ୍ୟୁରୋ: ୧୪ ତାରିଖରୁ ୩ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗୁରୁଚାପ ବଳୟ ସକ୍ରିୟ ହେବା ସହିତ ନିମ୍ନ ଚାପରେଖାର ସଂସ୍ପର୍ଶରେ ଆସିବା କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ୧୪ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ଵର ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୫ ତାରିଖରୁ ବର୍ଷାର ପରିମାଣ ବଢିବା ସହିତ ସାରା ରାଜ୍ୟରେ ବର୍ଷା ହେବ । ସେହିପରି ୧୬ ତାରିଖ ଦିନ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ । 

ଅନ୍ୟପଟେ ରାଜ୍ୟରେ ଘନ କୁହୁଡି ନେଇ ମଧ୍ୟ ସତର୍କତା ଜାରି କରାଯାଇଛି । ଆଜି ଭଳି ଆସନ୍ତାକାଲି ମଧ୍ୟ କୋରାପୁଟ, ରାୟଗଡ଼ା, ଗଞ୍ଜାମ, କନ୍ଧମାଳ ସମେତ ଦକ୍ଷିଣ ଉପକୂଳ ଓଡିଶା ଏବଂ ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିବ । ଏଭଳି ସ୍ଥିତିରେ ଗାଡ଼ି ଚଳାଇବା ସମୟରେ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବର୍ଷାରେ ଭିଜିବ ବସନ୍ତ ପଞ୍ଚମୀ । ୩ ଦିନ ଯାଏ ରାଜ୍ୟରେ ବର୍ଷା ହେବାକୁ ଥିବା ବେଳେ ୧୬ ତାରିଖରୁ ରାତି ତାପମାତ୍ରା ବୃଦ୍ଧି ହେବ। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି