କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ କାର୍ଯ୍ୟରୁ ବହିଷ୍କୃତ
by Argus News
Thu, Apr 11 | 5:50 p.m.

ନୂଆଦିଲ୍ଲୀ:  ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାର କାର୍ଯ୍ୟରୁ ବହିଷ୍କୃତ। ସରକାରୀ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିଥିବା ଅଭିଯୋଗରେ ଭିଜିଲାନ୍ସ ଆଜି ତାଙ୍କୁ କାର୍ଯ୍ୟରୁ ବହିଷ୍କାର କରିଛି। ତୁରନ୍ତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ବିଭବ କୁମାକଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ଭିଜିଲାନ୍ସ ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି।

ବିଭାଗ କହିଛି ଯେ, ଅସ୍ଥାୟୀ ନିଯୁକ୍ତି ସହ ଜଡିତ କେନ୍ଦ୍ରୀୟ ସିଭିଲ ସର୍ଭିସ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କ ବିରୁଦ୍ଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ପ୍ରକାଶ ଥାଉ କି, ବିଭବ କୁମାର ୨୦୦୭ ମସିହାରେ ଏକ ପୁଲିସ କେସରେ ସମ୍ମୁଖୀନ ହୋଇଥିଲେ। ସେତେବେଳେ ସେ ଜଣେ ସରକାରୀ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ସମୟରେ ତାଙ୍କ ବିରୁଦ୍ଧରେ ଥିବା ମାମଲା ବାବଦରେ ସୂଚନା ଦିଆଯାଇନଥିଲା। ଏହା ନିୟମର ଉଲ୍ଲଙ୍ଘନ ବୋଲି ଭିଜିଲାନ୍ସ କହିଛି। 
ଅଧିକ ପଢନ୍ତୁ ଭାରତ ଖବର 

ମୃତ୍ୟୁ
ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ
ଯାଜପୁର: ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ
ଚୁଆପାଣି
ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି
ସମ୍ବଲପୁର: ୨୫ ବର୍ଷର ଅପାରଗତାର ନମୁନା । ରେଢ଼ାଖୋଲ ଗୋପାଳପୁର ଗାଁରେ ପଡ଼ିନି ବିକାଶର ପାଦଚିହ୍ନ । ପକ୍କା ଘର ଦିବା ସ୍ବପ୍ନ, ନାହିଁ ସବୁଦିନିଆ ରାସ୍ତା । ଚୁଆ ପାଣିରେ ମେଣ୍ଟୁଛ
ଟେନସନ
ବିଜେପି ତୁଙ୍ଗ ନେତାଙ୍କ ଘନ ଘନ ଆକ୍ରମଣ ବଢ଼ାଇଛି ବିଜେଡିର ଟେନସନ
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ଆହୁରି ଅନେକ କେନ୍ଦ୍ରୀୟ ନେତା । 23ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀ