ବ୍ଲକ ସ୍ତରୀୟ ବିଜ୍ଞାନ ମେଳା : ଅଂଶ ଗ୍ରହଣ କଲେ ଏକ ଶହରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ
by Argus News
Tue, Dec 05 | 3:08 p.m.

ଅର୍ଗସ ବ୍ୟୁରୋ : ଯାଜପୁର ଜିଲ୍ଲା ବଡ଼ଚଣା ଶିକ୍ଷା ମଣ୍ଡଳ ଅଧୀନରେ ଥିବା ପତରାଜପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଛି । ବଡ଼ଚଣା ଶିକ୍ଷା ମଣ୍ଡଳ ଅଧୀନରେ ଥିବା ପତରାଜପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଶହରୁ ଊର୍ଦ୍ଧ୍ବ ଛାତ୍ର ଛାତ୍ରୀ ଏଥିରେ ଅଂଶ ଗ୍ରହଣ କରିଛନ୍ତି । ଏଥିରେ କୁନିକୁନି ପିଲାମାନେ ବିଜ୍ଞାନକୁ ଆଧାର କରି ଆଜିର ସମାଜ ପାଇଁ ନୂଆ ଦିଗଦର୍ଶନ ସୃଷ୍ଟି କରିଛନ୍ତି ।

 

ଯେଉଁ ଥିରେ ପବନ କଳ, ବାୟୁ ପ୍ରଦୃଷଣ ରୋକିବା, ଜଳ ସଂରକ୍ଷଣ କରିବା, ଚାଷ ଓ ଚାଷୀଙ୍କୁ ଆଧାର କରି କମ୍ ଖର୍ଚ୍ଚରେ ଅଧିକ ଏବଂ ଶୁଦ୍ଧ ଫସଲ ପାଇବାର ବିଜ୍ଞାନୀ କୌଶଳ ଦେଖାଇବା, ସୌର ଶକ୍ତି ମାଧ୍ୟମରେ ବିଦ୍ୟୁତ ସୃଷ୍ଟି କରିବା ପ୍ରାକୃତିକ ଉପାୟରେ ଶିତଳି କରଣ ଭଣ୍ଡାର ଭଳି ଅନେକ ବିଜ୍ଞାନ ନୂଆ ଉଦ୍ଭାବନ କରିବାର ଦେଖିବା ପାଇଁ ମିଳିଥିଲା । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହାକୁ ବ୍ଲକ ଶିକ୍ଷା ମଣ୍ଡଳ ଅଧିକାରିଣୀ ସବିତା ସାହୁ ଫିତା କାଟି ଉଦଘାଟନ କରିଥିବା ବେଳେ ବରିଷ୍ଠ ଶିକ୍ଷକ ତରୁଣ କୁମାର ମହାନ୍ତି ବିଚାରକ ଭାବେ ଯୋଗଦେଇଥିଲେ । ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଏବଂ ବିଦ୍ୟାଳୟରର ପ୍ରତିଷ୍ଠାତା ଅନେକ ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁଚାରରୁପେ ପରିଚାଳନା କରିଥିଲେ । ଏହି ଭଳି କାର୍ଯ୍ୟକ୍ରମକୁ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ