ଜାଗମରା ଘର ରେଡ୍‌ ବେଳେ ଛାତ ଡେଇଁ ଫେରାର ହେଲେ ଜେଇ 
by Argus News
Thu, Nov 30 | 11:46 a.m.

ଭୁବନେଶ୍ୱର:  ଭିଜିଲାନ୍ସ ଜାଲରେ ବାପା-ପୁଅ । ଅବସରପ୍ରାପ୍ତ ବନ ବିଭାଗ ରେଞ୍ଜର ଜଗବନ୍ଧୁ ପାଢ଼ୀ ଓ ପୁଅ ଭୁବନେଶ୍ବର RWSSର ଜୁନିଅର ଇଞ୍ଜିନିୟର ସୁନୀଲ ପାଢ଼ୀଙ୍କ ଘରେ ଭିଜିଲାନ୍ସ ରେଡ୍ । ୫ଟି ସ୍ଥାନରେ ଏକକାଳୀନ ରେଡ୍ । ଆଜି ସକାଳେ ଭିଜିଲାନ୍ସ ଟିମ୍‌ ସୁନୀଲଙ୍କ ଘର କବାଟ ନକ୍‌ କଲା ବେଳେ, ବାଲକୋନିକୁ ଯାଇ ସାଇଡ୍ ବିଲଡିଂକୁ ଡେଇଁ ପଳାଇଥିଲେ ଇଂଜିନୟର ସୁନୀଲ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । 

ଅଧିକ ପଢନ୍ତୁ : ଅବସରପ୍ରାପ୍ତ ବନ ବିଭାଗ ରେଞ୍ଜର ଜଗବନ୍ଧୁ ପାଢ଼ୀଙ୍କ ବାସଭବନରେ ଚଢାଉ
ଜୁନିଅର ଇଂଜିନିୟର ସୁନୀଲ କୁମାର ପାଢ଼ୀଙ୍କ ଯାଗମରାରେ ଥିବା ପାଢ଼ୀ ଭିଲା ସମେତ ଭୁବନେଶ୍ବର RWSS ଅଫିସ, ଆସ୍କାର ପୈତୃକ ଘରେ ଚାଲିଛି ରେଡ୍ । ସେପଟେ ସୁନାମସାହି ଓ ଆସିକା ବସ୍‌ଷ୍ଟାଣ୍ଡ ନିକଟରେ ଭିଜିଲାନ୍ସର ଦୁଇଟି ଟିମର ଚଢ଼ାଉ କରିଛି । ସାହିରେ ଥିବା ଜଗବନ୍ଧୁଙ୍କ ଘରେ ଚଢ଼ାଉ ହେଉଛି । ଜଗବନ୍ଧୁ ଜଣେ ରିଟାର୍ଡ ରେଞ୍ଜର ହୋଇଥିବା ବେଳେ କଟକ ଓ ବ୍ରହ୍ମପୁର ଭିଜିଲାନ୍ସର ଗୋଟିଏ 10 ଜଣିଆ ଟିମ ଦୁଇଟି ଭାଗରେ ବିଭକ୍ତ ହୋଇ ମିଳିତ ଚଢ଼ାଉ କରୁଥିବା ଜଣା ପଡ଼ିଛି । ଚଢାଉରେ 6 ଜଣ DSP, 3 ଜଣ ଇନସପେକ୍ଟର, 7 ଜଣ ASI ସାମିଲ ହୋଇଛନ୍ତି ।
 

TUKUNI
1m ago
ବିଜେପି କର୍ମୀଙ୍କୁ ଆକ୍ରମଣ କଲେ ଟୁକୁନିଙ୍କ ଗୁଣ୍ଡା !
ଅର୍ଗସ ବ୍ୟୁରୋ: ଟୁକୁନି ସାହୁଙ୍କ ଗୁଣ୍ଡାଙ୍କ ଆତଙ୍କରାଜ୍ ! ବିଜେପି କର୍ମୀଙ୍କୁ ଆକ୍ରମଣ କଲେ ଟୁକୁନିଙ୍କ ଗୁଣ୍ଡା ! ପୁଣି ସୀମା ଟପିଲେ ମନ୍ତ୍ରୀ ଟୁକୁନି ସାହୁଙ୍
BJP
8m ago
ବିଜେପି ଫୋକସରେ ଓଡ଼ିଶା
ଅର୍ଗସ ବ୍ୟୁରୋ: ବିଜେପି ଫୋକସରେ ଓଡ଼ିଶା। ଆଜି ଦିନ ତମାମ ରାଜ୍ୟର ବିଭିନ୍ନ ସ୍ଥାନରେ ହେଭିୱେଟଙ୍କ ପ୍ରଚାର। ଗୃହମନ୍ତ୍ରୀ ଅମିତ ଶାହା,ରେଳମନ୍ତ୍ରୀ ଅଶ୍ବିନି ବୈଷ୍ଣବ
PM
ମୁଁ ଏହି କୁନି ପିଲା ଦୁଇଜଣଙ୍କ ବଡ଼ ପ୍ରଶଂସକ ପାଲଟି ଯାଇଛି : ପ୍ରଧାନମନ୍ତ୍ରୀ
ଅର୍ଗସ ବ୍ୟୁରୋ : ପୁଣି ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ । ସବୁବେଳେ ଚର୍ଚ୍ଚା ରହି ଆସିଛନ୍ତି ଆମ ପ୍ରଧାନମନ୍ତ୍ରୀ । ଆମେ ଆଜି କୋହୁଛି କୁନି ପ୍ରଧାନମନ୍ତ୍ରୀଙ୍କ କଥା । ଆଉ ଏହି କୁନ