ଧରାପଡିଲେ ଛାତ ଡେଇଁ ଚମ୍ପଟ ମାରିଥିବା ଜେଇ
by Argus News
Thu, Nov 30 | 2:09 p.m.

ଅର୍ଗସ ବ୍ୟୁରୋ: ଧରାପଡିଲେ ଛାତ ଡେଇଁ ଚମ୍ପଟ ଜେଇ । ରାତି ୪ଟାରୁ ଛାତ ଡେଇଁ ପଳାଇଥିଲେ। ଆଜି ସକାଳେ ଭିଜିଲାନ୍ସ ଟିମ୍‌ ସୁନୀଲଙ୍କ ଘର କବାଟ ନକ୍‌ କଲା ବେଳେ, ବାଲକୋନିକୁ ଯାଇ ସାଇଡ୍ ବିଲଡିଂକୁ ଡେଇଁ ପଳାଇଥିଲେ ଇଂଜିନୟର ସୁନୀଲ । ଆଉ ଏବେ ସେ ଧରାପଡିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । ଭିଜିଲାନ୍ସ ଜାଲରେ ବାପା-ପୁଅ । ଅବସରପ୍ରାପ୍ତ ବନ ବିଭାଗ ରେଞ୍ଜର ଜଗବନ୍ଧୁ ପାଢ଼ୀ ଓ ପୁଅ ଭୁବନେଶ୍ବର RWSSର ଜୁନିଅର ଇଞ୍ଜିନିୟର ସୁନୀଲ ପାଢ଼ୀଙ୍କ ଘରେ ଭିଜିଲାନ୍ସ ରେଡ୍ । ୫ଟି ସ୍ଥାନରେ ଏକକାଳୀନ ରେଡ୍ ହୋଇଥିଲା।

ଜୁନିଅର ଇଂଜିନିୟର ସୁନୀଲ କୁମାର ପାଢ଼ୀଙ୍କ ଯାଗମରାରେ ଥିବା ପାଢ଼ୀ ଭିଲା ସମେତ ଭୁବନେଶ୍ବର RWSS ଅଫିସ, ଆସ୍କାର ପୈତୃକ ଘରେ ରେଡ୍ । ସେପଟେ ସୁନାମସାହି ଓ ଆସିକା ବସ୍‌ଷ୍ଟାଣ୍ଡ ନିକଟରେ ଭିଜିଲାନ୍ସର ଦୁଇଟି ଟିମର ଚଢ଼ାଉ ।ଚଢାଉରେ 6 ଜଣ DSP, 3 ଜଣ ଇନସପେକ୍ଟର, 7 ଜଣ ASI ସାମିଲ ହୋଇଥିଲେ।

ଅଧିକ ପଢ଼ନ୍ତୁ ଜାଗମରା ଘର ରେଡ୍‌ ବେଳେ ଛାତ ଡେଇଁ ଫେରାର ହେଲେ ଜେଇଖବର:

ଆଜିଠାରୁ ଏକମାସ
20m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
41m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
43m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି