ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର: ସନ୍ଧ୍ୟା ସୁଦ୍ଧା ଅଳଙ୍କାରର ହେବ ସ୍ଥାନାନ୍ତର
by Argus News
Thu, Jul 18 | 12:27 p.m.

ଅର୍ଗସ ବ୍ୟୁରୋ: ରତ୍ନଭଣ୍ଡାର ଭିତରକୁ ଯାଇ ତଦାରଖ କରିବା ପରେ ଶ୍ରୀମନ୍ଦିରରୁ ବାହାରକୁ ବାହାରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ଏହାପରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ଯାହା ବି ଗହଣା ଓ ମୂଲ୍ୟବାନ ସାମଗ୍ରୀ ଅଛି, ତାକୁ ଖଟଶେଜ ଘରକୁ ସ୍ଥାନାନ୍ତର କରାଯିବ । ମହାପ୍ରଭୁଙ୍କ କୃପାରୁ ଆଜି ସନ୍ଧ୍ୟା ସୁଦ୍ଧା ଏହି କାମ ଶେଷ ହେବ ବୋଲି ଗଜପତି କହିଛନ୍ତି । ଏଥିସହ ବାହାର ରତ୍ନଭଣ୍ଡାର ଅଳଙ୍କାରକୁ ଚାଙ୍ଗଡା ଘର ଓ ଫୁଲ ଘରେ ରଖାଯାଇଛି । ସମସ୍ତ ଅଳଙ୍କାର ସିସିଟିଭି ନଜରରେ ରହିଛି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି। 

ଅନ୍ୟପଟେ ଗଜପତି ମହାରାଜା ଆହୁରି ମଧ୍ୟ କହିଛନ୍ତି ଯେ, ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଶେଜଘରେ ତାଲା ପଡିବ । ଆଉ ନିୟମ ମୁତାବକ, ଏହାର ଚାବି ସରକାରୀ ଟ୍ରେଜେରୀରେ ରହିବ। ବାହାର ଓ ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ । ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ । ଏଏସଆଇ ଏହାପରେ ଯାଇ ରତ୍ନଭଣ୍ଡାରର ମରାମତି କରିବ । ମରାମତି ସମୟରେ ଭକ୍ତଙ୍କ ଦର୍ଶନରେ କୌଣସି ଅସୁବିଧା ହେବନି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି। 

ସେହିପରି ରତ୍ନଭଣ୍ଡାର ମରାମତି ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ । ମରାମତି ଶେଷ ନ ହେବା ପର୍ଯ୍ୟନ୍ତ ଗଣତି ମଣତି ହେଇପାରିବନି ବୋଲି ଗଜପତି କହିଛନ୍ତି । ତେବେ ଏଥିପାଇଁ ସମୟ ଲାଗିବ । ଆଉ ସମୟ ଲାଗିଲେ ବି ରତ୍ନ ଅଳଙ୍କାରର ଗଣତି ମଣତି ହେଉ ବୋଲି ଗଜପତି କହିଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା