ଆଜି ଦିନ ୨ଟା ୩୦ ସୁଦ୍ଧା ୪୫.୬ ଡିଗ୍ରୀ ସହ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର
by Argus News
Wed, May 29 | 6:26 p.m.

ଅର୍ଗସ ବ୍ୟୁରୋ: ତାତି କରୁଛି କଲବଲ । ପୁଣି ୪୫ ଡେଇଁଲା ତାପମାତ୍ରା । ଆଜି ଦିନ ସାଢେ ୨ଟା ସୁଦ୍ଧା ୪୫ ଦଶମିକ ୬ ଡିଗ୍ରୀ ସହ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର । ସମ୍ବଲପୁରରେ ୪୫ . ୨ ଡିଗ୍ରୀ ତାପମାତ୍ରା ରେକର୍ଡ। ସେହିପରି ହୀରାକୁଦରେ ୪୪ . ୮ ଡିଗ୍ରୀ, ରାଉରକେଲାରେ ୪୩ . ୬ ଡିଗ୍ରୀ ।ରାଜ୍ୟରେ ଉପର ମୁହାଁ ପାରଦ । ପଶ୍ଚିମ ଓଡ଼ିଶାରେ ଅସହ୍ୟ ତାତିକୁ ଉପକୂଳରେ ଅହସ୍ୟ ଗୁଳୁଗୁଳି ।

ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ତାତି ସହ ପ୍ରବଳରୁ ଅତି ପ୍ରବଳ ଗ୍ରୀଷ୍ମ ପ୍ରବାହ ରହିବ । ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବଲାଙ୍ଗୀର, ସୋନପୁର, ଝାରସୁଗୁଡା, ବୌଦ୍ଧ, କନ୍ଧମାଳ, ଓ କଳାହାଣ୍ଡିରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିବ।

ଅନୁଗୁଳ, କେନ୍ଦୁଝର, ନୂଆପଡା ଓ ସୁନ୍ଦରଗଡରେ ଗ୍ରୀଷ୍ମ ପ୍ରବାହ ରହିବ । ଏହାସହ ରାତିରେ ବି ଉଷ୍ମତା ଅନୁଭୂତ ହେବାର ସମ୍ଭାବନ ରହିଛି । ସେହିପରି ୩୧ରେ ମଧ୍ୟ କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ରହିବାର ସମ୍ଭାବନା ରହିଛି । ୩୧ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲେ ୱାର୍ଣ୍ଣିଂ ଜାରି କରାଯାଇଛି । ୩୧ ତାରଖ ଠାରୁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ