ଯୋଡ଼ି ହେଉଛନ୍ତି ଲକ୍ଷ ଲକ୍ଷ ନୂଆ ମୋବାଇଲ ଗ୍ରାହକ
by Argus News
Sun, Feb 25 | 5:18 p.m.

ଅର୍ଗସ ବ୍ୟୁରୋ : ଟ୍ରାଇ ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ଜିଓ ରାଜ୍ୟରେ ସର୍ବାଧିକ ପସନ୍ଦର ଏବଂ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜର ଆଧିପତ୍ୟ ବଜାୟ ରଖିବା ସହ ଡିସେମ୍ବର ମାସରେ ଓଡ଼ିଶାରେ ସର୍ବାଧିକ ସଂଖ୍ୟକ ମୋବାଇଲ୍ ଗ୍ରାହକ ଯୋଡ଼ିଛି । ଟ୍ରାଇ ତଥ୍ୟ ଅନୁଯାୟୀ, ୨୦୨୩ ଡିସେମ୍ବର ମାସରେ ଜିଓ ଓଡ଼ିଶାରେ ୧.୪ ଲକ୍ଷରୁ ଅଧିକ ନୂଆ ମୋବାଇଲ୍ ଗ୍ରାହକ ଯୋଡ଼ିଥିବା ବେଳେ ଏହାର ନିକଟତମ ପ୍ରତିଦ୍ୱନ୍ଦୀ ଏୟାରଟେଲ୍‌‌ ଏହି ସମୟରେ ମାତ୍ର ୨୫୨୨ ମୋବାଇଲ ଉପଭୋକ୍ତା ଯୋଡ଼ିଛି । ଅନ୍ୟପକ୍ଷରେ, ଭୋଡାଫୋନ୍ ଆଇଡିଆ (ୱି) ଓ ବିଏସ୍‌‌ଏନ୍‌‌ଏଲ୍ ଡିସେମ୍ବର ମାସରେ ହଜାର ହଜାର ଗ୍ରାହକ ହରାଇଥିବା ଟ୍ରାଇ ପକ୍ଷରୁ ପ୍ରକାଶିତ ଏହି ତଥ୍ୟରୁ ଜଣାପଡ଼ିଛି ।

ଏଥିସହିତ ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଓଡ଼ିଶାରେ ଜିଓ ନେଟୱାର୍କରେ ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୧.୪୮ କୋଟିରୁ ଉର୍ଦ୍ଧ୍ୱରେ ପହଞ୍ଚିଛି । ଡିସେମ୍ବରରେ ଓଡ଼ିଶାରେ ଟେଲିକମ୍ ଗ୍ରାହକ ସଂଖ୍ୟାରେ ୧.୧୫ ଲକ୍ଷ ବୃଦ୍ଧି ଫଳରେ ରାଜ୍ୟରେ ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ଡିସେମ୍ବର ଶେଷ ସୁଦ୍ଧା ୩.୩୨ କୋଟିକୁ ବୃଦ୍ଧି ହୋଇଛି । ଜିଓ କ୍ରମାଗତ ଭାବେ ପ୍ରତି ମାସରେ ସର୍ବାଧିକ ନୂଆ ଗ୍ରାହକ ଯୋଡ଼ିବା ସହ ୨୦୨୩ ବର୍ଷରେ ନଅ ଲକ୍ଷରୁ ଅଧିକ ନୂଆ ମୋବାଇଲ୍ ଗ୍ରାହକ ଯୋଡ଼ି ଓଡ଼ିଶା ଟେଲିକମ୍ ବଜାରରେ ନିଜର ନେତୃତ୍ୱ ସ୍ଥାନକୁ ଆହୁରି ସୁଦୃଢ଼ କରିଛି ।

ଜିଓ ଜାତୀୟ ସ୍ତରରେ ମଧ୍ୟ ଡିସେମ୍ବର ମାସରେ ସର୍ବାଧିକ ୩୯.୯୪ ଲକ୍ଷରୁ ଅଧିକ ଗ୍ରାହକ ଯୋଡ଼ିଛି । ଏଥିସହିତ ଦେଶରେ ଜିଓ ନେଟୱାର୍କରେ ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ୪୫.୯୮ କୋଟିକୁ ବୃଦ୍ଧି ପାଇଛି ଏବଂ କଂପାନି ଦେଶର ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜ ସ୍ଥିତିକୁ ଆହୁରି ସୁଦୃଢ଼ କରିପାରିଛି । ସୂଚନାଯୋଗ୍ୟ ଯେ, ରିଲାଏନ୍ସ ଜିଓ ଓଡ଼ିଶାରେ ସର୍ବାଧିକ ୪୪.୬ ପ୍ରତିଶତ ଗ୍ରାହକ ବଜାର ଅଂଶ ଏବଂ ଶିଳ୍ପରେ ସର୍ବାଧିକ ୫୨% ରାଜସ୍ୱ ବଜାର ଅଂଶ ସହିତ ଓଡ଼ିଶାର ସର୍ବାଧିକ ପସନ୍ଦଯୋଗ୍ୟ ଡିଜିଟାଲ ସେବା ପ୍ରଦାନକାରୀ ହୋଇରହିଛି ।

ଜିଓ ନିକଟରେ ଏହାର ଜିଓ ଏୟାରଫାଇବର ସେବାକୁ ଓଡ଼ିଶାର ୨୫୦ରୁ ଅଧିକ ସହର ଏବଂ ନିକଟବର୍ତ୍ତୀ ଶତାଧିକ ଗ୍ରାମଗୁଡ଼ିକୁ ସମ୍ପ୍ରସାରିତ କରିଛି । ଶେଷ ମାଇଲ ସଂଯୋଗୀକରଣରେ ରହିଥିବା ସମସ୍ୟାକୁ ଦୂର କରିବା ସହ ଜିଓଏୟାରଫାଇବ‍ର ପ୍ରତ୍ୟେକ ଘର ଓ କ୍ଷୁଦ୍ର ବ୍ୟବସାୟିକ ପ୍ରତିଷ୍ଠାନକୁ ବ୍ରଡବ୍ୟାଣ୍ଡ୍‌‌‌‌‍ ସୁବିଧା ସହିତ ସଂଯୁକ୍ତ କରୁଛି ଯେଉଁଠାରେ ପୂର୍ବରୁ ଗୁଣାତ୍ମକ ହୋମ୍‌‌‌‌‍ ବ୍ରଡବ୍ୟାଣ୍ଡ୍‌‌‌‌‍ ସୁବିଧା ସେମାନଙ୍କ ପରିସରକୁ ଅପ୍‌‌‌‌‍ଟିକାଲ-ଫାଇବର ସମ୍ପ୍ରସାରଣରେ ରହିଥିବା ବିଭିନ୍ନ ଜଟିଳତା କାରଣରୁ ଉପଲବ୍ଧ ହୋଇପାରୁନଥିଲା ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଜିଓ ଏୟାରଫାଇବର ଟିଭି ଏବଂ ବ୍ରଡବ୍ୟାଣ୍ଡ ବ୍ୟବହାରକାରୀଙ୍କୁ ବିଶ୍ୱସ୍ତରୀୟ ଅତ୍ୟାଧୁନିକ ଗୃହ ମନୋରଞ୍ଜନ, ବ୍ରଡବ୍ୟାଣ୍ଡ ଏବଂ ଡିଜିଟାଲ ଅନୁଭୂତିକୁ ଉନ୍ନୀତ ହେବାର ସୁଯୋଗ ପ୍ରଦାନ କରୁଛି । ଏଥିସହିତ ଜିଓ ଏୟାରଫାଇବର ବିନା କୌଣସି ଅତିରିକ୍ତ ମୂଲ୍ୟରେ ମାଗଣା ବିକ୍ରି ପରବର୍ତ୍ତୀ ସେବା ପ୍ରଦାନ କରୁଛି, ଯାହା ଦ୍ୱାରା ଗ୍ରାହକମାନେ ଅଧିକ ସଂଚୟ କରିପାରିବେ। ଘରୁ କାର୍ଯ୍ୟ କରୁଥିବା ଆଇଟି ପ୍ରଫେସନାଲଙ୍କ ଠାରୁ ଆରମ୍ଭ କରି ଛୋଟ ବଡ ଉଦ୍ୟୋଗ, ହୋଟେଲ ଓ ରେସ୍ତୋରାଁ, ଡିଜିଟାଲ ଷ୍ଟୁଡିଓ, ଶିକ୍ଷାନୁଷ୍ଠାନ, କ୍ଷୁଦ୍ର ବ୍ୟବସାୟ ଓ ବ୍ୟକ୍ତିଗତ ପରିବାର ପର୍ଯ୍ୟନ୍ତ ଜିଓ ଏୟାରଫାଇବର ଓଡ଼ିଶାର ୨୫୦ ରୁ ଅଧିକ ଛୋଟ ବଡ଼ ସହରରେ ସର୍ବାଧିକ ପସନ୍ଦ ଓ ଭରସାଯୋଗ୍ୟ ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ସେବା ପ୍ରଦାନକାରୀ ପାଲଟିଛି ।

24 ELECTION
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର
UPI
UPI ୱାଲେଟକୁ ଆକ୍ଟିଭେଟ କିପରି କରିବେ ?
ଅର୍ଗସ ବ୍ୟୁରୋ: ପେଟିଏମ୍ ୟୁପିଆଇ ଲାଇଟ୍ ବ୍ୟବହାର କରିଛନ୍ତି ? ଏହା ହେଉଛି ଏକ ଅନ ଡିଭାଇସ ୱାଲେଟ। ଏଥିରେ ଗ୍ରାହକ ମାନେ ସହଜରେ ଟଙ୍କା ଜମା କରିବା ସହ ନେଣଦେଣ ମଧ୍ୟ କରିପାରିବେ । ଏଥିର