ଆଜିଠୁ ଆରମ୍ଭ ହେଉଛି ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମେଳା
by Argus News
Thu, Feb 22 | 7:29 a.m.

ଅର୍ଗସ ବ୍ୟୁରୋ : ଆଜିଠୁ ଆରମ୍ଭ ହେଉଛି ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମେଳା । ଯାହାକୁ ନେଇ ଚଳଚଞ୍ଚଳ ହୋଇଛି ଯୋରନ୍ଦାର ମହିମା ପୀଠ । ଆଜିଠୁ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ମେଳା । ତିନି ଦିନ ଧରି ଅଲେଖ ମହିମା ଧ୍ବନିରେ ପ୍ରକମ୍ପିତ ହେବ ଶୂନ୍ୟ ମନ୍ଦିର । 

ମେଳାରେ ସାମିଲ ହେବାକୁ ଦେଶର ବିଭିନ୍ନ ପ୍ରାନ୍ତରୁ ଯୋରନ୍ଦାକୁ ଛୁଟୁଛି ସାଧୁ ଓ ଭକ୍ତଙ୍କ ଭିଡ଼ । ଭକ୍ତଙ୍କ ସମାଗମକୁ ଦେଖି ଅଞ୍ଚଳରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ତେବେ ଆଜି ସଂଧ୍ୟାରେ ଝାଡ଼ରେ ଅଗ୍ନି ସଂଯୋଗ ହେବା ପରେ ମେଳା ବଢ଼ିବ । ଯାହାକୁ ଦେଖିବାକୁ ଆତୁର ହୋଇ ଚାହିଁ ରହିଛନ୍ତି ଶ୍ରଦ୍ଧାଳୁ । ଥିପାଇଁ ସଜେଇ ହୋଇଛି ଢେଙ୍କାନାଳ ଜିଲ୍ଲାର ଯୋରନ୍ଦା ମହିମାଗାଦି ପୀଠ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହି ମେଳାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି । ବିଶ୍ୱର ମଙ୍ଗଳ କାମନା କରି ୨ଦିନ ଧରି ଜଳିବ ଝାଡଦୀପ । ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ବେଳେ ଟ୍ରାଫିକ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ପୋଲିସ ଫୋର୍ସ ମୁତୟନ ହୋଇଥିବା ଜିଲାପାଳ ସୂଚନା ଦେଇଛନ୍ତି ।

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021