ସାମ୍ବାଦିକାଙ୍କ ମୃତ୍ୟୁ ମାମଲା: ଦେଢଶୁରକୁ ଅଟକ ରଖିଲା ପୋଲିସ
by Argus News
Thu, Jul 25 | 2:33 p.m.

ଭୁବନେଶ୍ୱର: ଲାଇଭ ଭିଡିଓ ପରେ ସାମ୍ବାଦିକାଙ୍କ ମୃତ୍ୟୁ ମାମଲା। ସ୍ବାମୀଙ୍କୁ ପୋଲିସ ଗିରଫ କରିଥିବା ବେଳେ ଦେଢଶୁର ଅଟକ ରହିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଡିସିପି । ବିଭିନ୍ନ ଦିଗକୁ ନେଇ ପୋଲିସ ପଚରାଉଚରା ଆରମ୍ଭ କରିଛି । ଗତକାଲି ବାପୁଜୀନଗର ଟ୍ରେନ୍ ଲାଇନରୁ ଉଦ୍ଧାର ହୋଇଥିଲା ସାମ୍ବାଦିକାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ । ମୃତ ସାମ୍ବାଦିକା ହେଲେ ମଧୁମିତା ପରିଡା । ସେ ଏକ ଓ୍ବେବ ଚ୍ୟାନେଲରେ କାମ କରୁଥିଲେ। ବିବାହ ପରେ ବାପୁଜୀନଗରରେ ଭଡ଼ାରେ ରହୁଥିଲେ ।

ତେବେ ମୃତ୍ୟୁ ପୂର୍ବରୁ ଏକ ଭିଡିଓରେ ସେ ସାଂଘାତିକ ଅଭିଯୋଗ ଆଣିଛନ୍ତି । ତାଙ୍କ ସ୍ବାମୀଙ୍କର ପରକୀୟା ପ୍ରୀତି ଥିଲା ବୋଲି ଅଭିଯୋଗ କରିଛନ୍ତି ମଧୁମିତା । ସ୍ବାମୀ ତାଙ୍କୁ ଧୋକା ଦେବା ସହ ଦୀର୍ଘଦିନ ହେଲା ନିର୍ଯାତନା ଦେଉଥିଲେ । ଶେଷରେ ସହିନପାରି ସେ ଜୀବନ ହାରିଥିବା ଅଭିଯୋଗ ହୋଇଛି । ଜୀବନ ହାରିବା ପୂର୍ବରୁ ତାଙ୍କ ସହ ଘଟିଥିବା ଘଟଣା ସମ୍ପର୍କରେ ଭିଡିଓରେ କହିଛନ୍ତି ମଧୁମିତା । ଯାହାକି ଏବେ ଭାଇରାଲ ହେଉଛି ।

ଅଧିକ ପଢନ୍ତୁ : ସାମ୍ୱାଦିକା ମୃତ: ସ୍ୱାମୀ ଶ୍ରୀଧର ଜେନାଙ୍କୁ ଗିରଫ କଲା ପୋଲିସ

ଓ୍ବାକଫ୍ ସଂଶୋଧନ ବିଲ୍
1m ago
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
43m ago
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା
ଗାଡକଣ
46m ago
ପ୍ରଧାନମନ୍ତ୍ରୀଙ୍କ ପାଇଁ ବଦଳିଛି ଶବର ସାହିର ରୂପରେଖ
ଭୁବନେଶ୍ୱର: ଯେଉଁଠି ଦିନେ ସଚିବ କି କମିଶନରଙ୍କ ପାଦ ପଡ଼ିନଥିଲା ସେଠି ପଡ଼ିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଦ । ଭୁବନେଶ୍ୱରର ଗାଡକଣ ସ୍ଥିତ ଶବର ସାହି । ପ୍ରଧାନମନ୍ତ୍ରୀଙ୍କ ପାଇ