ଅର୍ଗସ ବ୍ୟୁରୋ: କେନ୍ଦୁଝରରେ JSW ଓ ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ । କେନ୍ଦୁଝର ଗସ୍ତ ଅବସରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀ ଓ ମୁମ୍ବାଇରେ ମେକ୍ ଇନ୍ ଓଡ଼ିଶା ରୋଡ୍ ସୋ ବେଳେ କଥା ହୋଇଥିଲି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେଠାରେ ଉଭୟ JSW ଓ ପୋସ୍କୋ ସହ ଆଲୋଚନା କରିଥିଲି । ଏହାଭିତରେ ସେମାନେ ମଧ୍ୟ ପରସ୍ପର ମଧ୍ୟରେ ଏମ୍ଓୟୁ କରିଛନ୍ତି । କେନ୍ଦୁଝର ଜିଲ୍ଲାରେ ସେମାନେ ପ୍ଲାଣ୍ଟ କରିବେ ବୋଲି ଏମଓୟୁରେ ଉଲ୍ଲେଖ ରହିଛି । ନିଶ୍ଚିତ ଭାବେ ଷ୍ଟିଲ ପ୍ଲାଣ୍ଟ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।