କଲରାପତରିଆ ବାଘ ଛାଲ ଜବତ, 3 ଜଣ ଅଭିଯୁକ୍ତ କୋର୍ଟ ଚାଲାଣ 
by Argus News
Wed, Jul 10 | 2:10 p.m.

ନୂଆପଡା : ନୂଆପଡା ଜିଲ୍ଲା ସିନାପାଲି ରେଞ୍ଜ ସୀମାନ୍ତ ଅଞ୍ଚଳରୁ ଗୋଟିଏ କଲରାପତରିଆ ବାଘ ଛାଲ ଜବତ କରିଛି ବନ ବିଭାଗ । ଏ ଘଟଣାରେ ସମ୍ପୃକ୍ତ ଥିବା 3 ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରି ଅଧିକ ତଦନ୍ତ ଚଳାଇଥିବା ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜୀଜ ଖାନ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ ନୂଆପଡା ଜିଲ୍ଲା ସିନାପାଲି ରେଞ୍ଜର ସୀମାନ୍ତ ଅଞ୍ଚଳରେ ବାଘ ଛାଲ ଡିଲ ହେଉଥିବା କୌଣସି ସୂତ୍ରରୁ ଖବର ପାଇଥିଲା ବନ ବିଭାଗ।

ପରେ ଓଡିଶାର ଖଡ଼ିଆଳ ବନଖଣ୍ଡ ଟିମ ଏବଂ ଛତିଶଗଡର ଉଦନ୍ତୀ ସୀତା ନଦୀ ଟାଇଗର ପ୍ରୋଜେକ୍ଟର ମିଳିତ ଉଦ୍ୟମରେ ଚଢାଉ କରାଯାଇଥିଲା। ସେଠାରୁ ବାଘ ଛାଲ ଏବଂ 3ଟି ମୋବାଇଲକୁ ଜବତ କରିବା ସହ ଅଭିଯିୁକ୍ତମାନଙ୍କୁ ରେଞ୍ଜ ଅଫିସ ଆଣି ଅଧିକ ତଦନ୍ତ ଚଳାଇଛି। ଅଭିଯୁକ୍ତ 3 ଜଣ ସିନାପାଲି ଅଞ୍ଚଳର ହୋଇଥିବା ଜଣାପଡିଛି l  

ଅଧିକ ପଢନ୍ତୁ ଓଡ଼ିଶା ଖବର 

ମାଓ ପ୍ରବଣ ଅଞ୍ଚଳରେ
16m ago
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ
ଉଚ୍ଚ ଜୁଆର
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ