ନିର୍ମାଣଧୀନ ସେତୁ ନିର୍ମାଣ ସମ୍ପୂର୍ଣ୍ଣ ହେବ କେବେ ?
by Argus News
Fri, Jul 26 | 2:44 p.m.

କନ୍ଧମାଳ: ଅସରାଏ ବର୍ଷାରେ ଧୋଇଗଲା ରାସ୍ତା । ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଅନ୍ତର୍ଗତ ସେତୁ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ନାହିଁ । ଠିକାଦାର ଓ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା ଯୋଗୁଁ ହନ୍ତସନ୍ତ ହେଉଛନ୍ତି ଜନତା । 

ସୂଚନା ଅନୁଯାୟୀ କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକର କୁଡୁତୁଲି ଠାରୁ ଡାମେରିକିଆ ପର୍ଯ୍ୟନ୍ତ (4.40 କିଲୋ ମିଟର ଦୂର) ଏକ ନମ୍ବର ରାଜ୍ୟ ରାଜପଥର ମୂଖ୍ୟ ରାସ୍ତାକୁ ସଂଯୋଗ କରିବା ପାଇଁ ୧ କୋଟି ୭୯ ଲକ୍ଷ ୬୦ ହଜାର ଟଙ୍କାରେ ରାସ୍ତା ନିର୍ମାଣ ନିମନ୍ତେ ଠିକାଦାର ଶ୍ରୀମତୀ ଦେମନ୍ତି ଅଗ୍ରୱାଲ କାର୍ଯ୍ୟାଦେଶ ପାଇଥିଲେ । 

ଏହା ୧୯/୦୮/୨୦୨୧ ରେ ଆରମ୍ଭ ହୋଇ ୧୮/୦୨/୨୦୨୩ ରିଖରେ କାର୍ଯ୍ୟ ଶେଷ ହେବା କଥା । ଅବଧି ସରି  ଦୀର୍ଘ ୧୭ ମାସ ବିତିଗଲେ ସୁଧା କାର୍ଯ୍ୟଟି ସଂପୂର୍ଣ୍ଣ ହୋଇପାରୁନାହିଁ । ଏହି ରାସ୍ତାଦେଇ, ପାଇବର ସାହି, ମାର ବାଲି, ଡାମେରିକିଆ ଓ ପ୍ରେମାକିଆର ଲୋକମାନେ ପଞ୍ଚାୟତରୁ ଚାଉଳ ଓ ଭତ୍ତା ପାଇବା ପାଇଁ ପଞ୍ଚାୟତ କାର୍ଯ୍ୟାଳୟକୁ ଯାତାୟାତ କରନ୍ତି । ସେତୁକୁ ସଂଯୋଗୀକରଣ ରାସ୍ତାଟି ସାମାନ୍ୟ ବର୍ଷାରେ ଧୋଇ ହୋଇଯିବା ଯୋଗୁଁ ସ୍ଥାନୀୟ ଲୋକମାନେ ଗମନା ଗମନ ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ବିଷୟରେ କନିଷ୍ଠ ଯନ୍ତ୍ରୀ ଧବଳେଶ୍ଵର ପାତ୍ରଙ୍କୁ ପଚାରିବାରୁ ବର୍ଷା ସରିଲେ କାମଟି  ସଂପୂର୍ଣ୍ଣ କରାଯିବ ବୋଲି କହିଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...
 

ଆଜିଠାରୁ ଏକମାସ
47m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି