ଡାବୁଗାଁ ଥାନା ଅଞ୍ଚଳରେ କଙ୍ଗାରୁ କୋର୍ଟ, ପ୍ରେମୀ ଯୁଗଳଙ୍କୁ ନିର୍ଦ୍ଧୁମ ମାଡ
by Argus News
Thu, Jul 04 | 1:03 p.m.

ଅର୍ଗସ ବ୍ୟୁରୋ: ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ହୃଦୟ ବିଦାରକ କଙ୍ଗାରୁ କୋର୍ଟ। ଦୁଇ ପ୍ରେମୀ ଯୁଗଳଙ୍କ ଆଖିକୁ କପଡାରେ ବାନ୍ଧି ନିର୍ଦ୍ଧୁମ ମାଡ଼ ମାରିଛନ୍ତି ଗାଁଲୋକ । ମାଡ଼ ନ ମାରିବାକୁ ଆକୁଳ ନିବେଦନ କରିଥିଲେ ସୁଦ୍ଧା କୌଣସି ଦୟା  ଦେଖାଇ ନାହାନ୍ତି ଗାଁଲୋକ । ଏହି କଙ୍ଗାରୁ କୋର୍ଟର ଭିଡିଓ କେହି ଜଣେ ଉତ୍ତୋଳନ କରି ଭାଇରାଲ୍ କରିଥିବା ବେଳେ ଘଟଣାଟି ଝରିଗାଁ ବ୍ଲକର ବୋଲି ଜଣାପଡିଛି । ଗାଁର ଜଣେ ବିବାହିତ ଯୁବକ ଡାବୁଗାଁ ଥାନା ଅଞ୍ଚଳର ଜଣେ ନାବାଳିକା ଯୁବତୀକୁ ପ୍ରେମ କରି ଆସୁଥିଲେ। ନାବାଳିକା ଝିଅର ବୟସ କମ୍ ସହ ଉଚ୍ଚ ଜାତିର ହୋଇଥିବାରୁ ପରିବାର ଲୋକେ ଏଥିରେ କ୍ଷୁବ୍ଧ ହୋଇ ସର୍ବ ସମ୍ମୁଖରେ ନିର୍ଦ୍ଧୁମ ମାରିଥିଲେ।

ଯାହା ଏବେ ମୋବାଇଲ ରୁ ମୋବାଇଲ ଘୁରି ବୁଲୁଛି। ତେବେ ଏ ନେଇ ଡାବୁଗାଁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଡାବୁଗାଁ ଥାନା ଅଧିକାରୀ ସୁନିଲ ପ୍ରଧାନ କହିଛନ୍ତି । ତେବେ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟୁଥିବାବେଳେ ପୋଲିସର କାର୍ଯ୍ୟକାରିତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

FIRE MISHAP
ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଭୁବନେଶ୍ୱର: ପାହାଳ ନିକଟସ୍ଥ ଏକ ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଅଗ୍ନିଶ
ଜିଲ୍ଲାପ୍ରଶାସନ
ଧ୍ରୁବଙ୍କ ସ୍ବାଦ କେଳେଙ୍କାରୀର ତଦନ୍ତ କରିବ ଜିଲ୍ଲାପ୍ରଶାସନ
କେନ୍ଦ୍ରାପଡା: ଧ୍ରୁବଙ୍କ ସ୍ବାଦ କେଳେଙ୍କାରୀର ତଦନ୍ତ କରିବ ଜିଲ୍ଲା ପ୍ରଶାସନ। ଅର୍ଗସରେ ବାରମ୍ବାର ଖବର ପ୍ରସାରଣ ପରେ ଭାଙ୍ଗିଲା ପ୍ରଶାସନର ନିଦ। ଲୋକଙ୍କ ପ୍ରତିବାଦ ପରେ ଜାଗିଲ
ପିଏମ୍‌ କିଷାନ
କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା
ଅର୍ଗସ ବ୍ୟୁରୋ: କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ବଢିବ ପିଏମ୍‌ କିଷାନ ହିତାଧିକାରୀଙ୍କ ସଂଖ୍ୟା । କାଳିଆରେ ସାମିଲ କିନ୍ତୁ ପିଏମ୍‌ କିଷାନରୁ ବା