ବିଳମ୍ବିତ ରାତିରେ ଘଟିଲା ଅଘଟଣ, ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରି ରାସ୍ତା ଉପରେ ଫିଙ୍ଗିଦେଲେ ଦୁର୍ବୃତ୍ତ
by Argus News
Fri, Dec 08 | 3:40 p.m.

ଅର୍ଗସ ବ୍ୟୁରୋ : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଢେଙ୍କିକୋଟ ପାତ୍ର ସାହିରେ ଯୁବକଙ୍କୁ ହତ୍ୟା । ଗତକାଲି ରାତି ଯୁବକଙ୍କୁ କେହି ଦୁର୍ବୃତ୍ତ ଆକ୍ରମଣ କରିଥିବା ଅନୁମାନ । ପରେ ତାଙ୍କୁ ଘଟଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା । ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ମୃତ ଯୁବକ ହେଉଛନ୍ତି ଖଣ୍ଟଘର ଗ୍ରାମର ଭାରତ ଭୂଷଣ ନାୟକ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ତେବେ ଯୁବକ ଜଣଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଯୁବକ ଜଣଙ୍କୁ କେଉଁ ପରିସ୍ଥିତିରେ ହତ୍ୟା କରାଯାଇଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡିନାହିଁ । ଅପରପକ୍ଷରେ ଏହା ଏକ ପ୍ରେମ ଜନିତ ହତ୍ୟାକାଣ୍ଡ ବୋଲି ଚର୍ଚ୍ଚା ହେଉଛି। ଅନ୍ୟ ପକ୍ଷରେ ଘଟଣା ସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିବା ସହିତ ସାଇଟିଫିକ୍ ଟିମ୍ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି