ଟିଏମସି ସାଂସଦ ମହୁଆ ମୈତ୍ର ଲାଞ୍ଚ ମାମଲା, ଲୋକସଭାର ଏଥିକ୍ସ କମିଟି ରିପୋର୍ଟ ଆଜି ଆଗତ ହେବ !
by Argus News
Fri, Dec 08 | 7:26 a.m.

ଅର୍ଗସ ବ୍ୟୁରୋ:  ଟିଏମସି ସାଂସଦ ମହୁଆ ମୈତ୍ର ଲାଞ୍ଚ ମାମଲାରେ ଲୋକସଭାର ସଦାଚାର ବା ଏଥିକ୍ସ କମିଟି ରିପୋର୍ଟ ଆଜି  ଆଗତ ହେବାର ସମ୍ଭାବନା ରହିଛି। ରିପୋର୍ଟ ଉପସ୍ଥାପନ ହେବା ପରେ କମିଟିର ସୁପାରିସ ଆଧାରରେ ମହୁଆ ମୈତ୍ରଙ୍କ ସଂସଦ ସଦସ୍ୟତା ରଦ୍ଦ ପାଇଁ ପ୍ରସ୍ତାବ ଅଣାଯିବ। ବିରୋଧୀ ଏହି ରିପୋର୍ଟ ଉପରେ ବିଭାଜନ ଦାବି କରିପାରନ୍ତି, ତେଣୁ ଆଜି ଗୃହରେ ରହିବାକୁ ବିଜେପି ନିଜ ସାଂସଦମାନଙ୍କୁ ହ୍ୱିପ୍ ଜାରି କରିଛି। ମହୁଆ ମୈତ୍ରଙ୍କ ବହିଷ୍କାର ସମ୍ପର୍କିତ ଏଥିକ୍ସ କମିଟିର ରିପୋର୍ଟ ଡିସେମ୍ବର ୫ରେ ଲୋକସଭାରେ ଉପସ୍ଥାପିତ ହେବାର ଥିଲା। ମହୁଆ ପ୍ରସଙ୍ଗରେ ଗୃହକାର୍ଯ୍ୟ ଚାଲିଥିବା ବେଳେ ପ୍ରବଳ ହଙ୍ଗାମା ହୋଇଥିଲା। ମହୁଆ ମୈତ୍ର ପ୍ରସଙ୍ଗରେ ଗତକାଲି ମଧ୍ୟ ଲୋକସଭାରେ ଜୋରଦାର ହଙ୍ଗାମା ହୋଇଥିଲା।

ଅଧିକ ପଢ଼ନ୍ତୁ ଦେଶ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ