ଆଜି କେମିତି କଟିବ ଆପଣଙ୍କ ଦିନ...
by Argus News
Fri, Dec 01 | 8:17 a.m.

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କର ଭାଗ୍ୟ ଭବିଷ୍ୟତ । ପଢନ୍ତୁ... 


ମେଷ-
ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ରାଜନିତିରେ  ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଦିଗ ପ୍ରତି ଗତି କରି ପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।  ସାଂସ୍କୃତିକ କାର‌୍ୟ୍ୟ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଉନ୍ନତି କରିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ 
କନ୍ୟା-
ଉଦର ରୋଗରେ ଆକ୍ରାନ୍ତ ହେବେ ।  ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । ଦ୍‌ୂର ଜାଗାକୁ ଭ୍ରମଣ ପାଇଁ ଯାଇ ପାରନ୍ତି । 
 ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ  ନିଷ୍ପତି  ନେଇ ସଫଳ  ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ,  ବାଣିଜ୍ୟରେ ଲାଭ ମିଳିବ । ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି । ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ସାମାଜିକ ଜୀବନ ଉନ୍ନତତର ରହିବ । ପଦମର‌୍ୟ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
କୁମ୍ଭ-
ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ। 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ  ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ

HEMA MALINI
1m ago
ରାଜଧାନୀରେ ଡ୍ରିମଗାର୍ଲ, ବିଜେପିର ଷ୍ଟାରକ୍ୟାମ୍ପନର ହେମାମାଳିନୀ
ଅର୍ଗସ ବ୍ୟୁରୋ: ଭୁବନେଶ୍ୱରରେ ପହଞ୍ଚିଲେ ବଲିଉଡ ଡ୍ରିମଗାର୍ଲ ହେମାମାଳିନୀ। ଭୁବନେଶ୍ୱର ସାଲିଆ ସାହିରେ ପ୍ରଚାର କାର୍ଯ୍ୟକ୍ରମର ରହିଛି।ବିଜେପିର ଷ୍ଟାରକ୍ୟାମ୍ପନ
ARREST
1m ago
ହୋର୍ଡିଂ କମ୍ପାନୀର ମାଲିକ ରିରଫ
ଅର୍ଗସ ବ୍ୟୁରୋ: ସୋମବାର ମୁମ୍ବାଇରେ ଜୋରରେ ପବନ ବହିବା ସହ ଭୟଙ୍କର ଧୂଳିଝଡ ହୋଇଥିଲା। ଏଠୀରେ ଥିବା ଏକ ପେଟ୍ରୋଲ ପମ୍ପ ନିକଟରେ ଥିବା ହୋର୍ଡିଂ ଖସି ପଡିଥିଲା । ଧୂଳିଝଡ ପାଇଁ ହୋର୍ଡିଂ ତଳ
EMPLOYEES
କମ୍ପାନୀରେ ବାରମ୍ବାର ବିଷାକ୍ତ ଗ୍ୟାସ ଲିକ ଯୋଗୁଁ ଘଟୁଛି ଅଘଟଣ
ଅର୍ଗସ ବ୍ୟୁରୋ: ମହିଳା କର୍ମଚାରୀଙ୍କ ଜୀବନ ସହ ଖେଳ । ବାଲେଶ୍ଵରରେ ଛତୁ ଫୁଟିଲା ଭଳି ମାଳ ମାଳ ଚିଙ୍ଗୁଡ଼ି କମ୍ପାନୀ । କମ୍ପାନୀରେ ନିୟୋଜିତ ମହିଳା କର୍ମଚାରୀଙ୍କ ଜୀବନ ସହ ଖେଳୁଛନ୍ତ