ସତର୍କ ରୁହନ୍ତୁ ଏହି 4 ରାଶି...
by Argus News
Sat, Feb 17 | 7:49 a.m.

ଅର୍ଗସ ବ୍ୟୁରୋ: କଣ ରହିଛି ଆପଣଙ୍କ ଭାଗ୍ୟଫଳ । କେମିତି କଟିବ ଆପଣଙ୍କ ଦିନ । ଘରୁ ବାହାରିବା ପୂର୍ବରୁ ଦେଖିନିଅନ୍ତୁ ରାଶିଫଳ ।  

ମେଷ-

ପାରିବାରିକ କ୍ଷେତ୍ରରେ ପାରିପାଶ୍ୱର୍କ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ ।
କୋର୍ଟରେ ଶୁଭ ଫଳ ପାଇବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମହାଦେବଙ୍କ ପୂଜା କରନ୍ତୁ

ବୃଷ-

ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ ।    ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।  ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ        

ମିଥୁନ-

ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତମ ଆୟର ପଥ ପରିଷ୍କାର କରିବେ । ସମ୍ପତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ । କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ     

କର୍କଟ-

ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ କରିବେ ।  ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୈାଣସି ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ଅଦାଲତରେ ଜୟଯୁକ୍ତ ହେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ  

ସିଂହ-

ପରିବାରରେ ହସଖୁ୍ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଆୟ ବଢିବା ସହିତ ଚାକିରିରେ ପଦେନ୍ନତି ହେବ    ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା-

ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ଅବଶ୍ୟ ନିଜର କାର‌୍ୟ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ ।  ଛୋଟ  ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ 

ତୁଳା-

ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ    

ବିଛା-

ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବିଦ୍ଧି ପୂର୍ବକ ଶିବଙ୍କର ପୂଜା କରନ୍ତୁ    

ଧନୁ-

ବିବାହ ଆଦି ଶୁଭ କାର‌୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ପୈତୃକ ସମ୍ପତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ    

ମକର-

ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-

ବ୍ୟବସାୟରେ ବଡ ବ୍ୟବସାୟୀଙ୍କ ସହ ହାତ ମିଳାଇବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତି ନେବେ । ଅଫିସ୍ରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ

ମୀନ-

ଆର୍ଥିକ ସି୍ଥତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । କୋର୍ଟ କଚେରୀ ଓ ମାଲିମକଦ୍ଦମାରେ ବିଜୟୀ ହେବ । ମହିଳା ମାନେ କୈାଣସି ସଭାରେ ସମ୍ମାନିତ ହେବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସୂର‌୍ୟ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ