ଆଜି କେମିତି କଟିବ ଆପଣଙ୍କ ଦିନ ଜାଣି ରଖନ୍ତୁ
by Argus News
Wed, Feb 14 | 8:02 a.m.

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ । ତାକୁ ନେଇ ଚିନ୍ତିତ କି ? ତେବେ  ଜାଣି ରଖନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ ।

ମେଷ-
ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ
ଶୁଭ ରଙ୍ଗ- ଲାଲ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରିଯିବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 
ମିଥୁନ-
ଦୀର୍ଘଦିନରୁ ଋଣ ପରିଶୋଧ ନ କରିପାରିବା କାରଣରୁ କରଜଦାତାଙ୍କ ଚାପ ବୃଦ୍ଧି ପାଇବ । ଆଇନ ଅଦାଲତର ରାୟ ସପକ୍ଷରେ ଯିବାରୁ ସାମୟିକ ଖୁସି ରହିବେ । ଆଲୋଚନା ପ୍ରସଙ୍ଗରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ । ଯାନବାହନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

କର୍କଟ-
ଆର୍ଥିକ ଓ ପାରିବାରିକ ପରିସ୍ଥିତି ଭଲ ରହିବ । ସ୍ୱାସ୍ଥ୍ୟ ସମସ୍ୟା, ଅର୍ଥ ସଙ୍କଟ ଓ ଏକାଧିକ କାମରୁ ମାନସିକ ଚାପଗ୍ରସ୍ତ ହୋଇପାରନ୍ତି । ନିଜ ଲୋକ ହଇରାଣରେ ପକାଇବାକୁ ଚେଷ୍ଟା କରିବେ । ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ପାରିବାରିକ ସ୍ଥିତି ପୂର୍ବ ପରି ଶାନ୍ତ ରହିବ । ଇଚ୍ଛା ନଥିଲେ ମଧ୍ୟ ଅଫିସ କାମ ପାଇଁ ଦୂର ସ୍ଥାନକୁ ଯିବାକୁ ବାଧ୍ୟ ହେବେ । ସାମାଜିକ ସ୍ତରରେ ଉଚ୍ଚସମ୍ମାନ ପାଇବା ସହ ବନ୍ଧୁ ବର୍ଗଙ୍କ ଦ୍ୱାରା ପ୍ରଶଂସିତ ହେବେ । କିଣାବିକାରେ ଠକାମିରେ ପଡିପାରନ୍ତି । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ 

କନ୍ୟା-
ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ଅଫିସ୍ରେ ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ତୁଳା-
ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ରାଜନୀତିରେ ସୁନାମ ଅର୍ଜନ କରିପାରବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଊଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସି ଉପକୃତ ହୋଇପାରନ୍ତି । ନିଜର ଲୋକପ୍ରିୟତା କାରଣରୁ ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ଦେହ ପୀଡା ହେତୁ ସବୁ କାର୍ଯ୍ୟ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ସାମାନ୍ୟ ମନମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉଥନ-ପତନ ଲାଗି ରହିବ। ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-
ପାରିବାରିକ ଜୀବନରେ ଆବଦ୍ଧ ରହିବ । ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ବହୁ ଚେଷ୍ଟା କରି ଲାଭ ପାଇବେ । କର୍ମକ୍ଷେତ୍ରରେ କାମର ଭାର ବଢିବ । ଆଜି ବିବାଦୀୟ କଥାରେ ମୁଣ୍ଡ ନ ପୁରାଇବା ଭଲ ହେବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ବନ୍ଧୁମାନେ ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ । ସମସ୍ୟା ଆସିଲେ ମଧ୍ୟ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡ଼ି କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-
ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ପ୍ରାପ୍ତିର ଆଶା ରଖିପାରନ୍ତି। କର୍ମକ୍ଷେତ୍ରରେ ମଧ୍ୟ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବିଦ୍ୟାର୍ଥୀଙ୍କ ମନ ନୈରାଶୀଯୋଗ ରହିବ । ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନିତିରେ ସମ୍ମାନ ପାଇବେ ।    
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି। ନିର୍ମାଣାଧୀନ କାମରେ କିଛିଟା ସମସ୍ୟା ଅବଶ୍ୟ ଆସିଲେ ମଧ୍ୟ କିଛି ଅସୁବିଧା ହେବନି। ଜମିରେ ଆଜି ନିବେଶ କରନ୍ତୁ ନାହିଁ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ। 

ଅଧିକ ପଢ଼ନ୍ତୁ ରାଶିଫଳ ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ