ଜାଣନ୍ତୁ କେମିତି ରହିବ ଆଜିର ଦିନ?
by Argus News
Wed, Apr 17 | 10:17 a.m.

ଆଜି କଣ କହୁଛି ଆପଣଙ୍କ ରାଶି। ସତର୍କ ରହୁନ୍ତୁ ଏହି ରାଶି। 

ମେଷ-
ପରିବାର ସହ ଯାତ୍ରାରେ ସଫଳତା ହାସଲ କରିପାରିବେ । ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି। ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ 

ବୃଷ-
ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ । ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କିଛି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ବନ୍ଧୁଙ୍କ ସାହାଯ୍ୟ ସହେଯାଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । କର୍ମ କ୍ଷେତ୍ରରେ ଏକାଧୀକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଛାତ୍ରଛାତ୍ରୀମାନେ ପଢ଼ାରେ ପ୍ରଂଶସିତ ହେବେ । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କର୍କଟ-
ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦ ଅନୁଭବ କରିବେ । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସଫଳତା ପ୍ରଦାନ କରିବ । ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ। ମହିଳାମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମା'ଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ଭୁଲ୍ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ ପରିବାରରେ କଳହ ଲାଗିପାରେ। ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।  ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

କନ୍ୟା-
ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ। ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ପିଲାଙ୍କ ସକାଶେ ଅଶାନ୍ତି ରହି କୌଣସି କାମକୁ ଠିକ୍ ଭାବେ କରିପାରିବେ ନାହିଁ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସକାଳୁ  କାଉକୁ ଖାଇବାକୁ ଦିଅନ୍ତୁ    

ତୁଳା-
ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ ସାହିତ୍ୟ, ସଙ୍ଗୀତ ଓ ଆନୁଷ୍ଠାନିକ କାମରେ ସମସ୍ୟା ସମାଧାନ ହେବ। ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତ୍ତିନେଇପାରନ୍ତି । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟ ସୂଚୀରେ ପରିବର୍ତନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ-
ବିଦେଶରେ କାମ କରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି । ସନ୍ତାନଙ୍କ ପାଇଁ ମନ ଉଦ୍ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ରହିବେ। ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ କାମ ନ କଲେ ପରିସ୍ଥିତି ଜଟିଳତା ଆଡ଼କୁ ଗତି କରିପାରେ। ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ    
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ସାମାନ୍ୟ ସାମୟିକ ଶାରିରୀକ ପିଡା ଭୋଗିବାକୁ ପଡିବ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।  ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି। ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର 
 

୭୭ତମ
୭୭ତମ କ୍ୟାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ବର୍ଯ୍ୟାଙ୍କ ଜଲଓ୍ବା
ଅର୍ଗସ ବ୍ୟୁରୋ: ୭୭ ତମ କାନସ୍ ଫିଲ୍ମ ଫେଷ୍ଟିଭାଲରେ ଚମକିଲେ ଐଶ୍ୱର୍ଯ୍ୟା । ଝିଅ ଆରାଧ୍ୟା ସହ ରେଡ କାରପେଟ ଚାଲିଲେ ବଲିଉଡର ନୀଳ ନୟନା। ଫ୍ରାନ୍ସରେ ଆୟୋଜିତ ହେଉଥିବା ଲୋକପ୍ରିୟ ଫିଲ୍
VK PANDIAN
ନବୀନଙ୍କ ସାମ୍ନାରେ ଓଡ଼ିଆ ବରପୁତ୍ରଙ୍କୁ ଅସମ୍ମାନ କଲେ ପାଣ୍ଡିଆନ !
ଅର୍ଗସ ବ୍ୟୁରୋ: ସଭା ମଂଚରେ ପୁଣି ଓଡ଼ିଆ ବରପୁତ୍ରଙ୍କୁ ଅସମ୍ମାନ କଲେ ବିଜେଡିର ନମ୍ବର-୨ ନେତା ଭି.କେ ପାଣ୍ଡିଆନ । ସ୍ୱଭାବ କବି ଗଙ୍ଗାଧର ମେହେରଙ୍କୁ କହିଲେ 'ସନ୍ଥ କବି'
BJD
ଭୋଟ୍‌ ପାଇଁ ବିଡାବିଡା ନୋଟ୍ ବାଣ୍ଟୁଛି ବିଜେଡି !
ଅର୍ଗସ ବ୍ୟୁରୋ: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଗସ୍ତ ପୂର୍ବରୁ ଲୋକଙ୍କ ଘରେ ପହଞ୍ଚି ବିଡାବିଡା ନୋଟ୍ ବାଣ୍ଟୁଛନ୍ତି । ସମ୍ବଲପୁର ସଭାରେ ଯୋଗ ଦେବା ସହ ଶଙ୍ଖ ଚିହ୍ନରେ ଭୋ