ଆଜି କେମିତି କଟିବ ଆପଣଙ୍କ ଦିନ...
by Argus News
Tue, Sep 24 | 7:49 a.m.

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କ'ଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ ।  

 

ମେଷ-
ପତୀ ପତ୍ନୀଙ୍କ  ସମ୍ପର୍କରେ ଉନ୍ନତି ଆସିବ। ସରକାରୀ କ୍ଷେତ୍ରରୁ ମଧ୍ୟ କିଛି ଆର୍ଥିକ ସହୟତା  ମିଳିପାରେ । ଶିକ୍ଷାର୍ଥୀ ମାନେ ଶିକ୍ଷକଙ୍କର ପରାମର୍ଶ ମାନି ଅଗ୍ରସର ହେବେ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ନିର୍ଦ୍ଧିଷ୍ଟ କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ଧନ୍ୟଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ଧୈର‌୍ୟ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ  ଆଗେଇ ଚାଲିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
ସିଂହ-
ଭାଇ ଭଉଣୀଙ୍କର ସମ୍ପର୍କରେ ଉନ୍ନତି ଆଣିବେ । ସଞ୍ଚିତ ଅର୍ଥ ଖର୍ଚ୍ଚ ହେବାର ଯୋଗ ରହିଛି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ  
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର –  ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 
କନ୍ୟା-
ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଧାର୍ମିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ   
ତୁଳା-
ପୂର୍ବ ସମୟ ଠାରୁ ସ୍ୱାସ୍ଥ୍ୟ ସମସ୍ୟା ଅନେକାଂଶରେ କମ୍ ରହିବ କିନ୍ତୁ ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାକରି ପାରନ୍ତି ।  ଅଧାରୁ ଛାଡିଦେଇଥିବା ବ୍ୟବସାୟକୁ ପୁନର୍ବାର ଆରମ୍ଭ କରିବେ 
 । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ ।  ଛାତ୍ରମାନେ ଶିକ୍ଷା ସମ୍ବନ୍ଧୀୟ ସୂଚନା ମଧ୍ୟ ପାଇବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 
ବିଛା-
ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ଯାନବାହନ କିଣିବା ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
କୋର୍ଟର ଫଇସଲା ଆପଣଙ୍କ ପାଖକୁ ଆସିପାରେ । କାରବାରରେ ବକୟ ଅର୍ଥ ପାଇବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ସଙ୍ଗୀତ କ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି । ଭାତୃ ସଂପର୍କରେ ଉନ୍ନତି ଘଟିବ
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପଦବୀ ମିଳିବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ସମସ୍ତ ଶାରୀରିକ ସମସ୍ୟାରୁ ମୁକ୍ତି ପାଇବା ସହିତ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ନିଜ ମନ ଅନୁଯାୟୀ କର୍ମ କରିବାର ସ୍ୱାଧିନତା ପାଇବେ ଅନ୍ୟ ରାଜ୍ୟକୁ ବ୍ୟପାର କରିବାକୁ ଯାଇ ପାରନ୍ତି । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମ କ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ସମ୍ପତି କୁ ନେଇ ଦୀର୍ଘ ଦିନର ଚିନ୍ତା ଦୂର ହୋଇଯିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା