ଆଜି କେମିତି କଟିବ ଆପଣଙ୍କ ଦିନ...
by Argus News
Mon, Jul 15 | 9:02 a.m.

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆଜିର ରାଶିଫଳ । ପଢନ୍ତୁ...

ମେଷ-

ଟନସିଲର ବୃଦ୍ଧି ଇତ୍ୟାଦି ସମସ୍ୟା ମଧ୍ୟ ହୋଇପାରେ ।  ପରିବହନ, ପ୍ରଶାସନ ଓ ପ୍ରକାଶନ,ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ । ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇପାରନ୍ତି । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।  
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ 

ବୃଷ-

ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ ।    ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।  ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ        

ମିଥୁନ-

ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର‌୍ୟ୍ୟ ସମାପ୍ତ ହେବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡ଼ିପାରେ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର‌୍ୟ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି । ଉଚ୍ଚଶିକ୍ଷା କରିବାକୁ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ 

କର୍କଟ-

ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ କରିବେ ।  ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୈାଣସି ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ଅଦାଲତରେ ଜୟଯୁକ୍ତ ହେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ  

ସିଂହ-

ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

କନ୍ୟା-

ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ଅବଶ୍ୟ ନିଜର କାର‌୍ୟ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ ।  ଛୋଟ  ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ 

ତୁଳା-

ମୂତ୍ରାଶୟ ସଂକ୍ରମଣ ସମ୍ବନ୍ଧୀୟ ସମସ୍ୟା  ଆପଣଙ୍କୁ ହଇରାଣ କରିପାରେ । ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା  କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ବିଛା-

ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବିଦ୍ଧି ପୂର୍ବକ ଶିବଙ୍କର ପୂଜା କରନ୍ତୁ    

ଧନୁ-

ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର‌୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଶୃଜନା ଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ଓକିଲଙ୍କ ପାଇଁ  ଦିନଟି ଭଲ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-

ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ଦାମ୍ପତ୍ୟ ଜୀବନରେ ସାମଞସ୍ୟ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । 
ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରାଶି କୁ ପିମ୍ପୁଡିକୁ ଖାଇବାକୁ  ଦିଅନ୍ତୁ

ମୀନ-

ଆର୍ଥିକ ସି୍ଥତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । କୋର୍ଟ କଚେରୀ ଓ ମାଲିମକଦ୍ଦମାରେ ବିଜୟୀ ହେବ । ମହିଳା ମାନେ କୈାଣସି ସଭାରେ ସମ୍ମାନିତ ହେବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସୂର‌୍ୟ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା