ରବିବାରରେ ଏହି ରାଶି ସତର୍କ ରୁହନ୍ତୁ...
by Argus News
Sun, Jun 16 | 7:09 a.m.

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କ'ଣ ରହିଛି ଆପଣଙ୍କ ରାଶିଫଳ । ପଢନ୍ତୁ...

 

ମେଷ-

ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ 

ବୃଷ-

ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର  ମନ୍ତ୍ର ପାଠ କରନ୍ତୁ 

ମିଥୁନ-

ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ 

କର୍କଟ-

ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଗୋଡରେ କିଛି ସମସ୍ୟା ଦେଖାଦେବ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ସିଂହ-

ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ମହିଳା ମାନେ କଠିନ ପରିଶ୍ରମ କରିବେ । ଆପଣଙ୍କ ପିଲା ବ୍ୟବସାୟ କାମରେ  ଆପଣଙ୍କୁ ସହଯୋଗ କରିବେ । ଆପଣଙ୍କ କାମର ଦାୟିତ୍ୱ ନେଇଥିବା ବନ୍ଧୁମାନେ କାର‌୍ୟ୍ୟ ସମ୍ପନ୍ନ କରିବାରେ ହେଳା କରିପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

କନ୍ୟା-

ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ  ଦିଅନ୍ତୁ ।  କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ କ୍ଷ ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ତୁଳା-

ଦାମ୍ପତ୍ୟ ସୁଖରେ  ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ

ବିଛା-

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ଶରୀର ପ୍ରତି ଅବହେଳା ନକରି ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । କୈାଣସି ସହପାଠୀ ଆପଣଙ୍କର ସାହାର‌୍ୟ୍ୟ ଆଶା କରିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଧନୁ-

ସୁଖ, ସମୃଦ୍ଧି ବଢିବ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ ।  ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ ।  ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । 
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ସନ୍ତାନ ଚିନ୍ତା ଦେଖା ଦେଇପାରେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-

ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ  ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ-

ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଚାକିରୀଆ ମାନେ ଉପରିସ୍ଥ   ମାନଙ୍କର  ଶ୍ରଦ୍ଧା ଲାଭ କରିବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

SPECIAL MARRIAGE
3m ago
ନିଆରା ବାହାଘର, ଏଇଠି ଝିଅ ନୁହେଁ ପୁଅ ଯାଏ ଶାଶୂଘର
ଅର୍ଗସ ବ୍ୟୁରୋ: ଭାରତ ଏମିତି ଏକ ଦେଶ ଯେଉଁଠି ପ୍ରତି ରାଜ୍ୟ କାହିଁକି ବରଂ ପ୍ରତି ଜିଲ୍ଲାରେ କିଛି ନା କିଛି ପରମ୍ପରା ରହିଛି । ପୂର୍ବପୁରୁଷଙ୍କ ଦ୍ଵାରା ଆରମ୍ଭ ହୋଇଥିବା ପରମ୍ପରାକୁ ଆଜ
NAVEEN PATNAIK
7m ago
ସ୍ଥିତି ସମ୍ଭାଳିବାକୁ ନବୀନ ଡାକିଲେ ମିଟିଂ, ସବୁ ଓଲଟପାଲଟ ହେଲା...
ଅର୍ଗସ ବ୍ୟୁରୋ: ୨୪ ବର୍ଷର ଶାସନ ପରେ ଶାସକ ଦଳରୁ ଯାଇ ବିରୋଧୀ ଦଳରେ ବସିଲା ବିଜେଡି । କ୍ଷମତା ଚାଲିଯିବା ପରେ ଏବେ ଚିନ୍ତାରେ ନେତା ଓ କର୍ମୀ । କାରଣ ନିର୍ବାଚନରେ ବିଜେଡି ହାରିବା ପର
ଯକୃତ
9m ago
ଦେଶରେ ୬୬ ପ୍ରତିଶତ ମୃତ୍ୟୁର କାରଣ ଯକୃତ
ଅର୍ଗସ ବ୍ୟୁରୋ: ଦେଶରେ ୬୬ ପ୍ରତିଶତ ମୃତ୍ୟୁର କାରଣ ଯକୃତ । ଭାରତରେ ମୁଖ୍ୟତଃ ମେଦବହୁଳତା ସମସ୍ୟା ଯୋଗୁଁ ଅଣସଂକ୍ରାମକ ରୋଗ ଓ ମୃତ୍ୟୁ ବଢିବାରେ ଲାଗିଛି । ଏଥିରେ ଯକୃତ ସ୍ବାସ୍ଥ୍ୟ ଏ