ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...
by Argus News
Mon, Oct 14 | 8:54 a.m.

ଅର୍ଗସ ବ୍ୟୁରୋ: ରାଶିଫଳକୁ ନେଇ ଚିନ୍ତିତ କି। ଚାଲନ୍ତୁ ଜାଣିବା ଆଜିର ଦିନଟି ଆପଣଙ୍କର କିପରି କଟିବ। 
ମେଷ-
ଟନସିଲର ବୃଦ୍ଧି ଇତ୍ୟାଦି ସମସ୍ୟା ମଧ୍ୟ ହୋଇପାରେ ।  ପରିବହନ, ପ୍ରଶାସନ ଓ ପ୍ରକାଶନ,ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ । ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷୀ ହୋଇପାରନ୍ତି । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।  
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
ବୃଷ-
ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ୍ବ ତୁଟିଯିବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ    
ମିଥୁନ-
ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର୍ଯ୍ୟ ସମାପ୍ତ ହେବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡ଼ିପାରେ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର୍ଯ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି । ଉଚ୍ଚଶିକ୍ଷା କରିବାକୁ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ 
କର୍କଟ-
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ  ଯୋଜନାବଦ୍ଧ ରୂପେ କାମ କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ମାନିତ ହୋଇପାରନ୍ତି। ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । ସମ୍ପତ୍ତି କ୍ରୟ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ
କନ୍ୟା-
ପାରିବାରିକ ଜୀବନ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ। କାର୍ଯ୍ୟକ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜ୍ବଳ ହେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ
ତୁଳା-
ମୂତ୍ରାଶୟ ସଂକ୍ରମଣ ସମ୍ବନ୍ଧୀୟ ସମସ୍ୟା  ଆପଣଙ୍କୁ ହଇରାଣ କରିପାରେ । ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା  କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ସଞ୍ଚିତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ବିଛା-
ନେତ୍ରା ଜନିତ ସମସ୍ୟା ଅନୁଭବ କରି ପାରନ୍ତି । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ । ରାଜନିତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା' ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ସୃଜନଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ଓକିଲଙ୍କ ପାଇଁ  ଦିନଟି ଭଲ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୌଣସି ବଡ ସୁବିଧା ମିଳିବା  ଯୋଗୁଁ ଧନ ଲାଭ ହେବ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣାଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । 
ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନୀତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରାଶିକୁ ପିମ୍ପୁଡିକୁ ଖାଇବାକୁ  ଦିଅନ୍ତୁ
ମୀନ-
ପ୍ରେମୀଯୁଗଳ ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାରରେ ଆନନ୍ଦମୟ ମୂହୁର୍ତ୍ତ ସହିତ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନ ଜନକ ଘଟଣା ଦେଖାଦେବ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ  କରି କାର୍ଯ୍ୟରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା