ଆଜି ଦିନଟି କେମିତି କଟିବ ଦେଖନ୍ତୁ...
by Argus News
Sat, Sep 21 | 8:20 a.m.

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ କହୁଛି ଆପଣଙ୍କ ରାଶିଫଳ ପଢନ୍ତୁ... 

ମେଷ-
ଘର ପାଇଁ କିଛି ଆସବାବ କ୍ରୟ କରି ପାରନ୍ତି ।  ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ନିଜର ଦୋଷ ତୃଟି ସ୍ୱକାର କରିବେ । ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା  ପ୍ରସ୍ତୁତ କରିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ
ବୃଷ-
ସ୍ୱାସ୍ଥ୍ୟ  କ୍ଷେତ୍ରରେ ଉନ୍ନତି ଦେଖାଦେବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।  ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 
ମିଥୁନ-
କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦତ  ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ
କର୍କଟ-
ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଅଫିସ୍ରେ କାହାରି ପ୍ରତି ଆକର୍ଷିତ ଅନୁଭବ କରିବେ । ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଖର୍ଚ୍ଚ କରିବେ । ଅନେକ ସମସ୍ୟାର ସମାଧାନ ହୋଇଯିବ । ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ
କନ୍ୟା-
ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ନିଜ ଲୋକ ମାନଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 
ତୁଳା-
କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ
ବିଛା-
ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର , କଥାବାର୍ତାରେ ଆୟତ ନ ରଖିଲେ ଅସୁବିଧାରେ ପଡିପାରନ୍ତି
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର‌୍ୟ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରେହବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ମାଲିମକଦ୍ଦମାରେ ସଫଳତା ମିଳିବ । ସାମାଜିକ ସଂସାର କାମରେ ସହଯୋଗ କରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ
ମକର-
କୈାଣସି କାମରେ ଯଥେଷ୍ଟ ଲାଭ ହେବ ।  ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହୋଇ ପାରନ୍ତି ।  ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 
କୁମ୍ଭ-
ପିତାମାତା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ ।
ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ । ବିଦ୍ୟାର୍ଥୀ ମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହୋଇପାରନ୍ତି । ଆଧାତ୍ମିକ ଆଲୋଚନାରେ ସମୟ ବିତିବ । ନୂତନ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରି ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ
ମୀନ-
ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ବେପାରକୁ ନେଇ ନୂଆ ବିଚାର ଆସିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ
 

JIO OFFER
6m ago
OTT ଲଭର୍ ଙ୍କ ପାଇଁ ଖୁସି ଖବର
ଅର୍ଗସ ବ୍ୟୁରୋ: OTT ଲଭର୍ ଙ୍କ ପାଇଁ ଖୁସି ଖବର । ଏଥର ପାର୍ବଣରେ ଜିଓର ଧମାକେ ଧାର୍ ଅଫର୍ । ମାତ୍ର 175 ଟଙ୍କା ରିଚାର୍ଜ କରି ପାଆନ୍ତୁ ଅନଲିମିଟେଡ୍ ଡାଟା ଓ 11ଟି ପପୁଲାର୍ OTT ପ୍ଲାଟ
ଖୋଲିବ ଭିତର ରତ୍ନଭଣ୍ଡା
9m ago
SPEED 10; ସଂକ୍ଷେପରେ ସକାଳର ଖବର...
ଆଜି ପୁଣି ଖୋଲିବ ଭିତର ରତ୍ନଭଣ୍ଡାର...ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଆଜିଠୁ 3 ଦିନ ରତ୍ନଭଣ୍ଡାର ଖୋଲାଯାଇ ବୈଷୟିକ ସର୍ଭେ କରାଯିବ...ଭିତର ରତ୍ନଭଣ୍ଡାର ଭିତରେ ଗୁପ୍ତକୋଠରୀ
ଦାଦନ ଶ୍ରମିକ ଉଦ୍ଧାର
10m ago
ହାଇଦ୍ରାବାଦକୁ ଚାଲାଣବେଳେ 9 ଦାଦନ ଶ୍ରମିକ ଉଦ୍ଧାର
ବଲାଙ୍ଗୀର: ଶ୍ରମିକ ଚାଲାଣ ବେଳେ ଉଦ୍ଧାର ହେଲେ ୯ ଦାଦନ ଶ୍ରମିକ । ହାଇଦ୍ରାବାଦକୁ ଚାଲାଣ ବେଳେ ଶ୍ରମିକଙ୍କୁ ଉଦ୍ଧାର କରିଛି ବଲାଙ୍ଗୀର ଜିଲ୍ଲା ତୁରେକେଲା ପୋଲିସ । ଏକ ବୋଲେରୋ ଗାଡ଼ିକୁ ଜବ