ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡୁଛନ୍ତି ଶ୍ରୀଜୀଉ
by Argus News
Fri, Jul 19 | 9:14 p.m.

ପୁରୀ: ସରିଲା ନବଦିନାତ୍ମକ ଯାତ୍ରା । ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡୁଛନ୍ତି ଶ୍ରୀଜୀଉ । ଆରମ୍ଭ ହେଲା ପହଣ୍ଡି । ନୀଳକନ୍ଦରକୁ ବିଜେ କଲେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା । ରଥରୁ ବାହାରି ରତ୍ନବେଦୀକୁ ବିଜେ ହେଲେ ରାମକୃଷ୍ଣ ଓ ମଦନମୋହନ । ଏହାପରେ ଗୋଟି ପହଣ୍ଡିରେ ପ୍ରଥମେ ସୁଦର୍ଶନ,ପରେ ବଡଭାଇ ବଳଭଦ୍ର,ତା ପଛକୁ ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୂ ଜଗନ୍ନାଥ ପହଣ୍ଡି ହୋଇ ରତ୍ନବେଦୀକୁ ବିଜେ କରିବେ ।

ନିଜର ନବବିବାହିତା ଧର୍ମପତ୍ନୀ ଅଭିମାନିନୀ ମହାଲକ୍ଷ୍ମୀଙ୍କୁ ମହାପ୍ରଭୁ ରସଗୋଲା ଖୁଆଇ ମାନଭଞ୍ଜନ କରିବେ ।  ଘୋଷଯାତ୍ରାର ଏହି ଅନ୍ତିମ ପର୍ଯ୍ୟାୟରେ କାଳିଆର ଏହି ମାନବୀୟ ଲୀଳାକୁ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଜମିଛି ଭକ୍ତଙ୍କ ଭିଡ ।

ଆହୁରି ପଢନ୍ତୁ ରଥଯାତ୍ରା ଖବର...
 

ହରିୟାଣା ନିର୍ବାଚନ
21m ago
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ
ଏନ୍‌କାଉଣ୍ଟର
30m ago
ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୩୬ ହାର୍ଡକୋର ମାଓବାଦୀ
ଅର୍ଗସ ବ୍ୟୁରୋ : ଯେଉଁଠି ଦିନେ ଦବଦବା ଜାହିର କରୁଥିଲେ ଲାଲ୍‌ ବାହିନୀ, ଏବେ ସେଠି ଥରହର ସ୍ଥିତି । ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଘନ ଘନ କମ୍ବିଂ । ଏନକାଉଣ୍ଟର ବେଳେ କେତେବେଳ
ପିଏମ୍‌ କିଷାନ ଯୋଜନା
ଚାଷୀଙ୍କୁ ମିଳିଲା ପିଏମ୍‌ କିଷାନ ଯୋଜନାର ୧୮ ତମ କିସ୍ତି
ଅର୍ଗସ ବ୍ୟୁରୋ : ବଦଳିଛି ସରକାର, ବଦଳିଛି ଯୁଗ | ଏବେ ଚାଲିଛି ଡବଲ ଇଞ୍ଜିନ ସରକାରର ଶାସନ, ଅନ୍ତ ହୋଇଛି ଚାଷୀ ଶୋଷଣ | ଆଜି ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରର ୱାସୀମରୁ 9.4 କୋଟ