ଆସନ୍ତାକାଲି 6 ଜିଲ୍ଲାରେ ହାଲୁକା ବର୍ଷା 
by Argus News
Wed, Feb 28 | 4:52 p.m.

ଭୁବନେଶ୍ୱର:  ରାଜ୍ୟରେ ଶୁଖିଲା ରହିଛି ପାଗ । ଆଜି ପାଗ ଶୁଖିଲା ରହିବ । କିନ୍ତୁ ଆସନ୍ତାକାଲି 6 ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା । ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ସ୍ଥାନେ ସ୍ଥାନେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି । ଏହାପରେ ଆସନ୍ତା 3 ତାରିଖ ପର୍ଯ୍ୟନ୍ତ ଆଉ କୌଣସି ବର୍ଷା ପାଗ ନାହିଁ ।

ଏହାପରେ 4 ରୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ପାରଳାଖେମୁଣ୍ଡି ତାପମାତ୍ରା 35.4 ଡିଗ୍ରୀ ସେଲ୍‌ସିୟସ ଥିଲା । ବାକି ସବୁଠି ପାରଦ 35 ଡିଗ୍ରୀ ତଳେ ରହିଥିଲା । ମାଲକାନଗିରି, ଟିଟିଲାଗଡ଼, ଭବାନୀପାଟଣା, ବଲାଙ୍ଗୀର, ବୌଦ୍ଧ, ରାୟଗଡ଼ା, ନବରଙ୍ଗପୁର ଦିନ ତାପମାତ୍ରା 34 ଡିଗ୍ରୀ କିମ୍ବା ତାଠାରୁ ଅଧିକ ରହିଥିଲା ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ