ଆଗାମୀ ୭ ଦିନ ଯାଏ ରାଜ୍ୟରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି
by Argus News
Sun, Oct 06 | 5:57 p.m.

ଅର୍ଗସ ବ୍ୟୁରୋ: ରାଜ୍ୟ ଉପରେ ବର୍ତ୍ତମାନ କୌଣସି ପାଣିପାଗର ନିୟାମକ ସକ୍ରିୟ ନାହିଁ। ଫଳରେ ଆଗାମୀ ୭ ଦିନ ଯାଏ ରାଜ୍ୟରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଟୁଇନ ସିଟି ସମେତ ମାଲକାନଗିରି, କୋରାପୁଟ, ରାୟଗଡା,ଗଜପତି, ଗଂଜାମ, କନ୍ଧମାଳ, ନୟାଗଡ, ପୁରୀ, ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଓ କେନ୍ଦ୍ରାପଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଗୋଟିଏ ଦୁଇଟି ଅଂଚଳରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।...ଏହାସହ ମୌସୁମୀ ଅପସାରଣ ବିଳମ୍ବ ହେଉଥିବାରୁ ଆଦ୍ରତାର ପରିମାଣ ବଢ଼ିବାରେ ଲାଗିଛି। ଫଳରେ ପ୍ରବଳ ଗରମ ସହ ଗୁଳୁଗୁଳି ଅନୁଭୂତି ହେଉଛି। ସମ୍ପୂର୍ଣ ମୌସୁମୀ ପ୍ରତ୍ୟାବର୍ତନ ପରେ ହିଁ ରାଜ୍ୟରେ ଗୁଳୁଗୁଳି କମିବା ଵୋଲି ବିଭାଗ ଆକଳନ କରିଛି।

ଆହୁରି ପଢନ୍ତୁ ପାଣିପାଗ ଖବର...
 

ଆକ୍ସନ୍
35m ago
ଭବାନୀପାଟଣା ଫରେଷ୍ଟର୍ ସଞ୍ଜୟ ନାୟକ ଆତ୍ମହତ୍ୟା ମାମଲାରେ ଆକ୍ସନ୍
କଳାହାଣ୍ଡି: ଚାରା ଦୁର୍ନୀତି କରୁଥିଲେ, ପିସି କାରବାର ପାଇଁ ଅଧନସ୍ଥ କର୍ମଚାରୀଙ୍କ ଉପରେ ମାନସିକ ଚାପ ପକାଉଥିଲେ। ଶେଷରେ ଅତିଷ୍ଠ ହୋଇ ଆତ୍ମହତ୍ୟା କଲେ କଳାହାଣ୍ଡି ଜାରିଙ୍ଗି ହାଇଟେକ
ଗାଜା
40m ago
ଗାଜାରେ ପୁଣି ଆତଙ୍କୀ ଖୋଜ୍ ରେ ଆଡିଏଫ୍
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଭୟଙ୍କର ହେଉଛି ଯୁଦ୍ଧ ସ୍ଥିତି। ପାଲେଷ୍ଟାଇନ୍, ଲେବାନନ୍, ଇରାନ୍ ସବୁଆଡ଼େ ଆକ୍ରମଣ କରୁଛି ଇସ୍ରାଏଲ୍। ତେବେ ଇସ୍ରାଏଲକୁ କଡ଼ା ଚେତାବନୀ ଦେଇଛନ୍ତ
ସୁଭଦ୍ରା ଯୋଜନା
42m ago
ଖୁବଶୀଘ୍ର ଆକାଉଣ୍ଟ ଚେକ୍ ପାଇଁ ୧ ଟଙ୍କା ପଠାଇବେ ସରକାର
ଅର୍ଗସ ବ୍ୟୁରୋ: ବାରିପଦାରେ ଅକ୍ଟୋବର ୯ ତାରିଖରେ ଦିଆଯିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । ସୁଭଦ୍ରା କ୍ଷେତ୍ରରୁ ଦଶହରା ଭେଟି ଭାବେ ସୁଭଦ୍ରା ଅର୍