ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ର ଲୋଗୋ ଉନ୍ମୋଚିତ
by Argus News
Sat, Sep 28 | 7:35 a.m.

ଅର୍ଗସ ବ୍ୟୁରୋ:  ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ର ଲୋଗୋ ଉନ୍ମୋଚିତ। ଲୋଗୋର ନାମ ହେଉଛି ଉତ୍କର୍ଷ ଓଡିଶା। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ, ପ୍ରଭାତୀ ପରିଡା, ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ଲୋଗ୍ ଉନ୍ମୋଚିତ ହୋଇଛି। ଏହି ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ସଚିବ, ଶିଳ୍ପାନୁଷ୍ଠାନର କର୍ମକର୍ତ୍ତା, ଶିଳ୍ପପତି ପ୍ରମୁଖ ଯୋଦେଇଛନ୍ତି। ସବୁ ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ଅଛନ୍ତି ..। 28 ଓ 29 ଜାନୁଆରୀ 2025 ତାରିଖରେ ଅନୁଷ୍ଠିତ ହେବ ଉତ୍କର୍ଷ ଓଡ଼ିଶା ମେକ ଇନ ଓଡ଼ିଶା କନକ୍ଲେଭ। ଏଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ତାଙ୍କ ଅଭିଭାଷଣରେ ସାରା ବିଶ୍ବରେ ଓଡିଶାକୁ ଏକ ପ୍ରମୁଖ ପୁଞ୍ଜି ବିନିଯୋଗ ସ୍ଥଳ ଭାବେ ପରିଣତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଛନ୍ତି। ସେ କହିଛନ୍ତି ଉତ୍କର୍ଷ ଓଡିଶା-୨୦୨୫ କେବଳ ବିନିଯୋଗର ଏକ ପ୍ରମୁଖ ସ୍ଥଳ ଭାବେ କାର୍ଯ୍ୟ କରିବ ନାହିଁ ଏହା ନିବେଶକ ମାନଙ୍କୁ ସରକାରଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବାର ସୁଯୋଗ ମଧ୍ୟ ଦେବ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

HYDERABAD
ଲିଜେଣ୍ଡସ କ୍ରିକେଟ ଲିଗରେ ଆଜି ଟୋୟମ ହାଇଦ୍ରାବାଦ ସହ ଗୁଜରାଟ ଗ୍ରେଟ ମୁକାବିଲା
ଅର୍ଗସ ବ୍ୟୁରୋ: ଲିଜେଣ୍ଡସ କ୍ରିକେଟ ଲିଗରେ ଆଜି ଟୋୟମ ହାଇଦ୍ରାବାଦ ସହ ଗୁଜରାଟ ଗ୍ରେଟ ମୁକାବିଲା । ଗତକାଲି ବର୍ଷା ଧୋଇନେଲା କୋଣାର୍କ ସୂୟାର୍ସ ଓଡିଶା ବନାମ ମାଣିପାଲ ଟାଇଗର୍
ISRAEL
ଇସ୍ରାଏଲ-ହିଜବୁଲ୍ଲା ସଂଘର୍ଷ, 10 ଦିନର ସଂଘର୍ଷ ମଧ୍ୟରେ ଇସ୍ରାଏଲ କରିଛି ସବୁଠାରୁ ବଡ଼ ଆକ୍ରମଣ
ଅର୍ଗସ ବ୍ୟୁରୋ: ଭୟଙ୍କର ହେଉଛି ଇସ୍ରାଏଲ-ହିଜବୁଲ୍ଲା ସଂଘର୍ଷ । 10 ଦିନର ସଂଘର୍ଷ ମଧ୍ୟରେ ଇସ୍ରାଏଲ କରିଛି ସବୁଠାରୁ ବଡ଼ ଆକ୍ରମଣ । ଏୟାର ଷ୍ଟ୍ରାଇକରେ ଉଡିଛି ହିଜବୁଲ୍ଲାର 6
ELECTIONS
ପାଖେଇ ଆସୁଛି ହରିୟାଣା ନିର୍ବାଚନ, ସରଗରମ ହେଉଛି ନିର୍ବାଚନ ପ୍ରଚାର
ଅର୍ଗସ ବ୍ୟୁରୋ: ପାଖେଇ ଆସୁଛି ହରିୟାଣା ନିର୍ବାଚନ । ସରଗରମ ହେଉଛି ନିର୍ବାଚନ ପ୍ରଚାର । ଆଜି ହିସାରେ ବିଜେପି ଜନ ସମର୍ଥନ ରାଲିରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ମୋଦି । ଗତ 25