ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ
by Argus News
Thu, Nov 30 | 9:58 a.m.

ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ। ଶୁକ୍ରବାର ଏହା ଗଭୀର ଅବପାତର ରୂପ ନେବ। ଫଳରେ ଏହି ବାତ୍ୟା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଦକ୍ଷିଣ ଅଣ୍ଡାମାନ ସାଗର ବା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ ମାର୍କ ଲୋ ପ୍ରେସର ବା ସଦୃଶ ଲଘୁଚାପରେରେ ପରିଣତ ହୋଇଛି ।  ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଶୁକ୍ରବାର ଏହା ଗଭୀର ଅବପାତର ରୂପ ନେବ।

ଧୀରେ ଧୀରେ ସମ୍ଭାବ୍ୟ ବାତ୍ୟା ୨ ତାରିଖରେ  ଘୁର୍ଣ୍ଣିବାତ୍ୟାର ରୂପ ନେଇପାରେ  ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସାମ୍ଭାବ୍ୟ ବାତ୍ୟାକୁ ନେଇ ବର୍ତ୍ତମାନ ଓଡ଼ିଶା ପାଇଁ କୌଣସି ବିପଦ ସଙ୍କେତ ନାହିଁ। ଏଥିପାଇଁ ସାଉଥ ଆଣ୍ଡାମାନ ନିକୋବର ଅଞ୍ଚଳ ପାଇଁ ୱାର୍ଣ୍ଣିଂ ଜାରି ହୋଇଛି । ୫ ଦିନ ଯାଏ  ରାଜ୍ୟରେ କୌଣସି ସତର୍କ ସୂଚନା ନାହିଁ । ୩  ତାରିଖ ବେଳକୁ ରାଜ୍ୟର  ଗୋଟିଏ କିମ୍ବା  ଦୁଇଟି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ