ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
by Argus News
Thu, Sep 05 | 6:33 p.m.

ଅର୍ଗସ ବ୍ୟୁରୋ: ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଲଘୁଚାପଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡିଶା  ଉପକୂଳ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି। ଉତ୍ତର ଉତ୍ତର ପଶ୍ଚିମ ମୁହାଁ ଲଘୁଚାପର ଗତି ରହିବ। ପ୍ରଭାବରେ ଆସନ୍ତା ୭ ଦିନ ଯାଏ ରାଜ୍ୟରେ ବିଜୁଳି ଘଡଘଡି ସହ ଅନେକ ସ୍ଥାନରେ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ର ସମ୍ଭାବନା ଦେଇଛି ପାଣିପାଗ ବିଭାଗ।

କିଛି ସ୍ଥାନରେ ୫ ଦିନ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଆଜିଠାରୁ ବଢିବ ବର୍ଷା ପରିମାଣ। ଏହି ବର୍ଷା କୁ ନେଇ ଫିକା ପଡିପାରେ ଗଣେଶ ପୂଜା। ବିଶେଷ କରି ଉପକୂଳ ଓଡ଼ିଶା ଭିଜିବ। ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା। ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲା କୋରାପୁଟ, ରାୟଗଡା, ମାଲକାନଗିରି, ଗଞ୍ଜାମ  ଗଜପତି , କନ୍ଧମାଳ , କଳାହାଣ୍ଡି  ଓ  ନବରଙ୍ଗପୁରକୁ ୟେଲୋ ଓ୍ବାର୍ଣ୍ଣିଙ୍ଗ  ଜାରି କରିଛି  ପାଣିପାଗ ବିଭାଗ । 

ସେହିପରି ବିଜୁଳି ଘଡଘଡି ସହ ବର୍ଷା ପାଇଁ ପୁରୀ, ଖୋର୍ଦ୍ଧା ,ନୟାଗଡ ନୂଆପଡା ବଲାଙ୍ଗୀର ଓ ବରଗଡ଼କୁ ସତର୍କତା ଜାରି କରାଯାଇଛି। ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ନେଇ ସତର୍କତା ଜାରି କରିଛି ପାଣିପାଗ  ବିଭାଗ। ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବିଶେଷ କରି ପ୍ରବଳ ବର୍ଷା ଥିବା  ବେଳେ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି , କଳାହାଣ୍ଡି,  କନ୍ଧମାଳ,  ନବରଙ୍ଗପୁର ନୂଆପଡା  ଓ ବଲାଙ୍ଗୀର ଜିଲ୍ଲାପାଇଁ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରିଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ବାଲେଶ୍ବର ବନ୍ୟା
31m ago
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ