ସୃଷ୍ଟି ହେଲା ଲଘୁଚାପ : ୨୪ରେ ନେବ ଅବପାତର ରୂପ
by Argus News
Thu, May 23 | 8:11 a.m.

ଅର୍ଗସ ବ୍ୟୁରୋ: ଦକ୍ଷିଣ ପଶ୍ଚିମ ଓ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସକାଳ ୫ ଟା ରେ ସୃଷ୍ଟି ହୋଇଛି ଲଘୁଚାପ । ଉତ୍ତର ପୂର୍ବ ଦିଗରେ ଗତି କରି ୨୪ତାରିଖରେ ଏହା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ପଶ୍ଚିମ-ଉତ୍ତର ପୂର୍ବ ସଂଲଗ୍ନ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଓ ଆହୁରି ତୀବ୍ର ହେବ।  ୨୫ ଓ ୨୬ ତାରିଖରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବାଲେଶ୍ଵର ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । 

୨୩ ତାରିଖରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ସମୁଦ୍ରରେ ଥିବା ମତ୍ସ୍ୟଜୀବିଙ୍କୁ ଫେରି ଆସିବାକୁ କୁହାଯାଇଛି । ୨୫ ତାରିଖରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ଝଡ଼ ପବନ ହେବାସହ ଘଣ୍ଟା ପ୍ରତି ୩୦-୪୦ କିମି ବେଗରେ ବହିବ ପବନ ।  ସେପଟେ ୨୪ ଘଣ୍ଟାରେ ନୂଆପଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୪୨.୪ ଡିଗ୍ରୀ ରେକର୍ଡ଼ ହୋଇଛି। ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ ହୋଇଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ମୁମ୍ବାଇରୁ ଲଣ୍ଡନ
20m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
22m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
25m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍