ମାହାଙ୍ଗା ଡବଲ ମର୍ଡର ଘଟଣା: ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ମଲିଲା ଆଶ୍ୱସ୍ତି
by Argus News
Tue, Oct 01 | 9:37 p.m.

ଅର୍ଗସ ବ୍ୟୁରୋ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ପୂର୍ବତନ ଆଇନ ମନ୍ତ୍ରୀ ତଥା ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ମଲିଲା ଆଶ୍ୱସ୍ତି। ସାଲେପୁର JMFC କୋର୍ଟଙ୍କ ରାୟକୁ ଖାରଜ କଲେ ହାଇକୋର୍ଟ। ଡବଲ ମର୍ଡର ଘଟଣାରେ ପ୍ରତାପଙ୍କ ବିରୋଧରେ ପ୍ରୋଟେଷ୍ଟ ପିଟିସନ ଦାଖଲ କରିଥିଲେ ମୃତକଙ୍କ ପରିବାର। ପ୍ରତାପଙ୍କ ବିରୋଧରେ କାହିଁକି ହତ୍ୟା ମାମଲା ଚାଲି ପାରିବ ନାହିଁ ବୋଲି କହିଥିଲେ ସାଲେପୁର JMFC କୋର୍ଟ। ଯାହାକୁ ବିରୋଧ କରି ହାଇକୋର୍ଟରେ କ୍ରିମିନାଲ ରିଭ୍ୟୁ ପିଟିସନ ଦାଖଲ କରିଥିଲେ ପ୍ରତାପ ଜେନା। 

ଯାହାର ଶୁଣାଣି କରି ୨୫ ସେପ୍ଟେମ୍ବର ୨୦୨୩ ମସିହାରେ ସାଲେପୁର JMFC କୋର୍ଟ ଦେଇଥିବା ରାୟକୁ ଖାରଜ କଲେ ହାଇକୋର୍ଟ। ଜାନୁଆରୀ ୦୨,୨୦୨୧ ମସିହାରେ ମାହାଙ୍ଗାରେ ବିଜେପି ନେତା କୁଳମଣୀ ବରାଳ ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା। ଏଥିରେ ୧୩ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ଯେଉଁଥିରେ ୧୩ ନମ୍ବର ମୁଦାଲା ଥିଲେ ପ୍ରତାପ ଜେନା। ହେଲେ ମାହାଙ୍ଗା ପୋଲିସ ଚାର୍ଜସିଟ ଦାଖଲ କରିବା ସମୟରେ ପ୍ରତାପଙ୍କ ନାଁ କାଟି ଦେଇଥିଲା। ଯାହାକୁ ବିରୋଧ କରି ସାଲେପୁର JMFC କୋର୍ଟରେ ପ୍ରୋଟେଷ୍ଟ ପିଟିସନ ଦାଖଲ କରିଥିଲେ ମୃତକଙ୍କ ପରିବାର ଲୋକେ। ପୂର୍ବରୁ ଏହି ମାମଲାରେ ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ପାଇଁ ସଜା ଶୁଣାଇଛନ୍ତି ସାଲେପୁର ଦ୍ଵିତୀୟ ଅତିରିକ୍ତ ଦୌରା ଜଜ କୋର୍ଟ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ରାଜଧାନୀରେ
ରାଜଧାନୀରେ ଲଜ୍ଜା: ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ
ଅର୍ଗସ ବ୍ୟୁରୋ: ରାଜଧାନୀରେ ଜଣେ ମହିଳାଙ୍କୁ କେତେକ ଚୋର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ ହୋଇଛି। ଘରେ ମହିଳାଙ୍କ ସହ ତାଙ୍କ ଦୁଇ ବର୍ଷର ଛୁ
ମାହାଙ୍ଗା ଡବଲ
ମାହାଙ୍ଗା ଡବଲ ମର୍ଡର ଘଟଣା: ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ମଲିଲା ଆଶ୍ୱସ୍ତି
ଅର୍ଗସ ବ୍ୟୁରୋ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ପୂର୍ବତନ ଆଇନ ମନ୍ତ୍ରୀ ତଥା ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ମଲିଲା ଆଶ୍ୱସ୍ତି। ସାଲେପୁର JMFC କୋର୍ଟଙ୍କ ରାୟକୁ ଖାରଜ କଲ
ଟେଷ୍ଟ ମ୍ୟାଚରେ
ଟେଷ୍ଟ ମ୍ୟାଚରେ ବିରାଟ କୋହଲିଙ୍କ ଆଉ ଏକ ବଡ଼ ଧମାକା
ଅର୍ଗସ ବ୍ୟୁରୋ: କାନପୁର ଟେଷ୍ଟ ମ୍ୟାଚରେ ଭାରତ ବାଂଲାଦେଶକୁ ହରାଇବା ସହ ଇତିହାସ ରଚିଛି। ଭାରତ କାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ବାଂଲାଦେଶରେ ୭ ୱିକେଟରେ ବିଜୟ ହାସଲ କରିଛି