ଭିତରକାଠ ନିକଟରେ ରକ୍ତଛିଟା; ଶ୍ରୀମନ୍ଦିରରେ ହେଲା ବଡମହାସ୍ନାନ
by Argus News
Sat, Aug 31 | 12:35 p.m.

ପୁରୀ:  ଶ୍ରୀମନ୍ଦିରରେ ବଡମହାସ୍ନାନ । ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ବଡମହାସ୍ନାନ । ସକାଳଧୂପ ପରେ ହେଲା ବଡମହାସ୍ନାନ ନୀତି । ପ୍ରାୟ ଏକ ଘଣ୍ଟା ବନ୍ଦ ରହିବ ଦର୍ଶନ । ବଡମହାସ୍ନାନ ନୀତି ସମ୍ପନ୍ନ ପରେ ସ୍ବାଭାବିକ୍ ହେବ ଦର୍ଶନ ବ୍ୟବସ୍ଥା।

 ସେପଟେ ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଆଜିର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ । ଦେବୀ  ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ । ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭାପାଏ ।

ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ମଧ୍ୟ ଶୋଭାପାଏ । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି । ସେହି ପାଗ ଦ୍ବୟ କିରୀଟଯୁକ୍ତ ହୋଇଥାଏ । ରତ୍ନ ସିଂହାସନ ଉପରେ ଖଞ୍ଜାଯାଇଥିବା ଏକ କ୍ଷୁଦ୍ରକାଷ୍ଠ ନିର୍ମିତ ତଥା ଜରି ଜମ୍ବୁରାରେ ଆଚ୍ଛାଦିତ ସିଂହାସନରେ ଚକାମୁଣ୍ଡି ପକାଇ ପ୍ରଭୁ ପଦ୍ମାସନରେ ଉପନିବେଶ କରିଥାନ୍ତି । ଦ୍ବିପ୍ରହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ । ଏହି ବେଶରେ ଖିରି ଓ ଅମାଲୁ ଭୋଗ ଲାଗିଥାଏ । କୃଷ୍ଣ ବଳରାମ ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି ।

ଆହୁରି ପଢନ୍ତୁ ଓଡିଶା ଖବର...

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ