'ସଂଘର୍ଷ ଦ୍ବାରା ନିଜ ପାଇଁ ରାସ୍ତା ନିର୍ମାଣ କରନ୍ତୁ ଯୁବଶକ୍ତି, ସଫଳତା ପାଦ ଛୁଇଁବ '
by Argus News
Thu, Oct 10 | 8:57 p.m.

ଅର୍ଗସ ବ୍ୟୁରୋ: ସଂଘର୍ଷ ଦ୍ବାରା ନିଜ ପାଇଁ ରାସ୍ତା ନିର୍ମାଣ କରନ୍ତୁ ଯୁବଶକ୍ତି, ସଫଳତା ପାଦ ଛୁଇଁବ । ଗୁରୁବାର ଗୋରଖପୁରର ମହାରାଣା ପ୍ରତାପ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ମହାରାଣାପ୍ରତାପ ଇନଷ୍ଟିଚ୍ୟଟ୍ ଅଫ୍ ଟେକ୍ନୋଲୋଜିର ପ୍ରଥମ ବ୍ୟାଚର ପିଲାମାନଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ସେ କହିଛନ୍ତି ଆମ ଦେଶରେ ଜ୍ଞାନ, ବିଜ୍ଞାନ ଏବଂ ଶ୍ରମର ତ୍ରିବେଶୀ ଅନବରତ ପ୍ରବାହିତ ହେଉଛି। ପରମ୍ପରା , ପରିଶ୍ରମ ଏବଂ ପ୍ରଗତି ଆମ ପ୍ରବୃତିର ଏକ ବଡ ଅଂଶ ଭାବେ ରହି ଆସିଛି ।

ଏହା ହିଁ ବିଶ୍ବରେ ଭାରତକୁ ସ୍ବତନ୍ତ୍ର କରି ଆସିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ।  ଆଗାମୀ ସମୟ ଭାରତର ହେବ ବୋଲି କହିଛନ୍ତି ସେ । ଯୁବଶକ୍ତି ସଂଘର୍ଷ ଜରିଆରେ ନିଜ ପାଇଁ ରାସ୍ତା ନିର୍ମାଣ କଲେ ସଫଳତା ନିଶ୍ଚିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।  ଆଗାମୀ ଦିନରେ ଉତ୍ତରପ୍ରଦେଶ ରୋଜଗାରର ବଡ ହବ୍ ହେବାକୁ ଯାଉଛି ବୋଲି କହିଛନ୍ତି ଯୋଗୀ ।

ଯୁବଶକ୍ତି
'ସଂଘର୍ଷ ଦ୍ବାରା ନିଜ ପାଇଁ ରାସ୍ତା ନିର୍ମାଣ କରନ୍ତୁ ଯୁବଶକ୍ତି, ସଫଳତା ପାଦ ଛୁଇଁବ '
ଅର୍ଗସ ବ୍ୟୁରୋ: ସଂଘର୍ଷ ଦ୍ବାରା ନିଜ ପାଇଁ ରାସ୍ତା ନିର୍ମାଣ କରନ୍ତୁ ଯୁବଶକ୍ତି, ସଫଳତା ପାଦ ଛୁଇଁବ । ଗୁରୁବାର ଗୋରଖପୁରର ମହାରାଣା ପ୍ରତାପ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳି
ଲାଓସରେ ପ୍ରଧାନମନ୍ତ୍ରୀ
ଦୁଇ ଦିନିଆ ଭିଏତନାମା ଗସ୍ତରେ ଥିବା ପିଏମ୍ ମୋଦି
ଅର୍ଗସ ବ୍ୟୁରୋ: ଲାଓସରେ ପ୍ରଧାନମନ୍ତ୍ରୀ ମୋଦି । ଆଜି ଲାଓସରେ ପହଂଚିବାପରେ ପ୍ରଧାନମନ୍ତ୍ରୀଙ୍କ ଭବ୍ୟ ସ୍ବାଗତ କରାଯାଇଥିଲା । ଦୁଇ ଦିନିଆ ଭିଏତନାମା ଗସ୍ତରେ ଥିବା ପିଏମ୍ ମୋଦି 21ତ
SAPTAMI PUJA
ଘଣ୍ଟ ଘଣ୍ଟା ସାଙ୍ଗକୁ ପାରମ୍ପରିକ ବାଦ୍ୟରେ ପ୍ରକମ୍ପିତ ଶକ୍ତିପୀଠ
ଅର୍ଗସ ବ୍ୟୁରୋ: ଦଶଭୂଜାଙ୍କ ଆଗମନ ପାଇଁ ରାଜ୍ୟସାରା ପାର୍ବଣର ଧୁମ୍ । ଆଜି ମଣ୍ଡପେ ମାଆଙ୍କ ସପ୍ତମୀ ଓ ପୀଠରେ ମହାଅଷ୍ଟମୀ ପୂଜା ଚାଲିଛି । ଘଣ୍ଟ ଘଣ୍ଟା ସାଙ୍ଗକୁ ପାରମ୍ପରିକ ବାଦ୍ୟର