ତାତିରେ ଫୁଟୁଛି ସାରା ରାଜ୍ୟ
by Argus News
Sat, Mar 30 | 7:12 p.m.

ଭୁବନେଶ୍ୱର:  ତାତିରେ ଫୁଟୁଛି ସାରା ରାଜ୍ୟ ।  ୪୦ ଟପିଲା ୫ ସହର ।  ୪୧ ଡିଗ୍ରୀ ସହ ମାଲକାନଗିରି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି । ବୌଦ୍ଧ ଏବଂ ଟିଟିଲାଗଡ଼ ତାପମାତ୍ରା ୪୦.୫ ଡିଗ୍ରୀ ରହିଛି । ସେହିପରି ବଲାଙ୍ଗିର ୪୦.୨ ଏବଂ ନୟାଗଡ଼ ୪୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଛି । କଟକ ୩୭.୬ ଡିଗ୍ରୀ ଏବଂ ଭୁବନେଶ୍ବର ୩୭ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । 

ଦିନର ତାତିଠୁ ବଳିଯାଉଛି ରାତ୍ରିରେ ତାପମାତ୍ରା। ଗତକାଲିଠାରୁ ରେକର୍ଡ ସୃଷ୍ଟି କରିଛି ଉଷ୍ମ ରାତି। ଦିନରେ ୪୦ ଡିଗ୍ରୀ ସହ ରାତିରେ ସ୍ବାଭାବିକ ଠାରୁ ୫ ଡିଗ୍ରୀ ଉପରେ ପାରଦ।  ବଲାଙ୍ଗୀର, ଟିଟିଲାଗଡ଼, ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡ ରେ ଉଷ୍ମ ରାତି ରେକର୍ଡ।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର । ପିକ୍ ଆଓ୍ବାରରେ ସତର୍କ ରହିବାକୁ ପରାମର୍ଶ ଦେଲା ପାଣିପାଗ କେନ୍ଦ୍ର ଉପକୂଳ ଓଡିଶାରେ ତାତି ସହ ଅସ୍ତବ୍ୟସ୍ତ କରୁଛି ଗୁଳୁଗୁଳି । ୩୮ ଡିଗ୍ରୀ ତାପମାତ୍ରା ସହ ୬୦ ପ୍ରତିଶତ ଉପରେ ରହୁଛି ଆଦ୍ରତା । ତାତି ଏବଂ ଆଦ୍ରତା ପାଇଁ ସୃଷ୍ଟି ହୋଇଛି ଅସହ୍ୟ ପାଣିପାଗ । 

ଆହୁରି ପଢନ୍ତୁ ପାଣିପାଗ ଖବର...
 

ମୃତ୍ୟୁ
ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ
ଯାଜପୁର: ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ
ଚୁଆପାଣି
ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି
ସମ୍ବଲପୁର: ୨୫ ବର୍ଷର ଅପାରଗତାର ନମୁନା । ରେଢ଼ାଖୋଲ ଗୋପାଳପୁର ଗାଁରେ ପଡ଼ିନି ବିକାଶର ପାଦଚିହ୍ନ । ପକ୍କା ଘର ଦିବା ସ୍ବପ୍ନ, ନାହିଁ ସବୁଦିନିଆ ରାସ୍ତା । ଚୁଆ ପାଣିରେ ମେଣ୍ଟୁଛ
ଟେନସନ
ବିଜେପି ତୁଙ୍ଗ ନେତାଙ୍କ ଘନ ଘନ ଆକ୍ରମଣ ବଢ଼ାଇଛି ବିଜେଡିର ଟେନସନ
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ଆହୁରି ଅନେକ କେନ୍ଦ୍ରୀୟ ନେତା । 23ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀ