ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ
by Argus News
Mon, Jun 24 | 7:12 p.m.

ସୁବର୍ଣ୍ଣପୁର: ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ । ବିଷଧର ନାଗ ସାପ କାମୁଡାରେ ସାପ ଧରାଳିଙ୍କ ମୃତ୍ୟୁ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ପରିସରରେ ଘଟିଛି ଅଘଟଣ । 

ସୂଚନା ଅନୁସାରେ, ଚମ୍ପାମଳ ଗାଁର ଜଣଙ୍କ ଘରୁ ଏକ ନାଗ ସାପ ବାହାରିଥିବାବେଳେ ସାପ ଧରିବା ପାଇଁ ମେଣ୍ଡାମାଳ ଗାଁର ଗୌର କୁମ୍ଭାରକୁ ସେ ଖବର ଦେଇଥିଲେ । ଗୌର ସେଠାକୁ ଯାଇ ସାପକୁ ଉଦ୍ଧାର କରି ଏକ ପ୍ଲାଷ୍ଟିକ ଜାରରେ ଧରି କୌଣସି କାମରେ ବୀରମହାରାଜପୁର ଥାନାକୁ ଆସିଥିଲେ । ତେବେ ଥାନାରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଆଗରେ ସାପକୁ ଜାରରୁ ବାହାର କରି ଦେଖାଇଥିଲେ । ଦେଖି ସାରି ସାପକୁ ପୁଣି ଡବା ଭିତରେ ଭରିବା ସମୟରେ ଗୌରଙ୍କ ହାତରେ ଚୋଟ ମାରିଥିଲା ବିଷଧର ନାଗସାପ । 

ତୁରନ୍ତ ଗୌରଙ୍କୁ ପୋଲିସ ଭ୍ୟାନରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘଷୋଣା କରିଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...
 

ଆସନ୍ତା ୩ ଦିନ
39m ago
ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଯାହା ଫଳରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବ
ସ୍କୁଲ ପାଣି ଟାଙ୍କି
54m ago
ସ୍କୁଲ ପାଣି ଟାଙ୍କି ଭୁଶୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ
ଅର୍ଗସ ବ୍ୟୁରୋ: ସ୍କୁଲର ପାଣିଟାଙ୍କି ଭୁଶୁଡ଼ି ଛାତ୍ର ମୃତ। ବାଲେଶ୍ଵର ଜିଲ୍ଲା ଚାନ୍ଦିପୁର ଥାନା ପଦମପୁର ସ୍ଥିତ ଏକ ଘରୋଇ ଇଂରାଜୀ ମିଡିୟମ ସ୍କୁଲ (ଆବାସିକ ବିଦ୍ୟାଳୟ)ର ପାଣି ଟାଙ୍କ
ଧନୀ ଗାଁ
ଧନୀ ଗାଁ ; ପ୍ରତି ପରିବାରର ଆୟ ୧ କୋଟିରୁ ଅଧିକ
ଅର୍ଗସ ବ୍ୟୁରୋ : ଧନୀ ଗାଁ । ଏହି ଗାଁରେ ପ୍ରତ୍ୟେକ ପରିବାରର ବାର୍ଷିକ ଆୟ ପ୍ରାୟ ୧ କୋଟିରୁ ଅଧିକ । ଏକଥା ଶୁଣିବା ପରେ ଆପଣଙ୍କୁ କଥାଟା ଆଶ୍ଚର୍ଯ୍ୟ ଲାଗୁଥାଇ ପାରେ, କିନ୍ତୁ ଏହା ସମୂର୍ଣ୍