ତାମିଲନାଡ଼ୁ ବାଣ କାରଖାନାରେ ବିସ୍ଫୋରଣ: ୮ ମୃତ
by Argus News
Thu, May 09 | 6:08 p.m.

ଅର୍ଗସ ବ୍ୟୁରୋ: ତାମିଲନାଡୁର ଶିବକାଶୀରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୫ ଜଣ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଆଉ ୧୨ ଗୁରୁତରଭାବେ ପୋଡ଼ିଯାଇଥିବା ଜଣାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଆହତମାନଙ୍କ ସ୍ଥାନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଏହି ବାଣ କାରଖାନାଟି ଏକ ଲାଇସେନ୍ସଯୁକ୍ତ ବାଣ କାରଖାନା ବୋଲି ତାମିଲନାଡୁ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ ପ୍ରଚଣ୍ଡ ବିସ୍ଫୋରଣ ହେବା ପରେ କାରଖାନାର ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ତେବେ ଏହି ବିସ୍ଫୋରଣର କାରଣ ସଂପର୍କରେ ଏପର୍ଯ୍ୟନ୍ତ କିଛି ଜଣାପଡ଼ିନାହିଁ । ଏ ନେଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ବୋଲି ପୋଲିସ କହିଛି। ବିସ୍ଫୋରଣର ଖବର ମିଳିବା ପରେ ଉକ୍ତ ଅଞ୍ଚଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛି । ନିଆଁ ଯେପରି ଆଖପାଖରେ ଥିବା ଅନ୍ୟ ଘର ଓ କାରଖାନାକୁ ନ ବ୍ୟାପେ ତାହା ଉପରେ ଗୁରୁତ୍ବ ଦିଆଯାଉଛି ।

ତେବେ ତାମିଲନାଡ଼ୁର ଶିବକାଶୀ ବାଣ ପାଇଁ ସମଗ୍ର ବିଶ୍ବରେ ପ୍ରସିଦ୍ଧ । ଏଠାରୁ ଦେଶବିଦେଶକୁ ବାଣ ରପ୍ତାନି ହୋଇଥାଏ । ବାଣ ଛଡ଼ା ଶିବକାଶୀ ଦିଆସିଲି ଓ କ୍ୟାଲେଣ୍ଡର ପାଇଁ ମଧ୍ୟ ପ୍ରସିଦ୍ଧ। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ମତଦାନ
8m ago
ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ। 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର
ଛତିଶଗଡ କୱର୍ଦ୍ଧାରେ
17m ago
ଛତିଶଗଡ କୱର୍ଦ୍ଧାରେ ପିକଅପ ଭ୍ୟାନ ଓଲଟିଲା : ୧୮ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଛତିଶଗଡ କୱର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଭୀଷଣ ସଡକ ଦୁର୍ଘଟଣା ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କୁହାଯାଉଛି ଯେ ୨୦ ଫୁଟ ତଳକୁ ଏକ ଖାଇର
ଆଗାମୀ ୫ ଦିନ ରାଜ୍ୟରେ
34m ago
ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ : ୨୨ରୁ ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା
ଅର୍ଗସ ବ୍ୟୁରୋ: ରାଜ୍ୟବାସୀ ଗରମରେ ସନ୍ତୁଳି ହେଉଥିବାବେଳେ ପାଣିପାଗ ବିଭାଗ ଜାରି କରିଛି ଆଶ୍ବସ୍ତିକର ଖବର। ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ ତାରିଖର