ଆଜିଠୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା 
by Argus News
Mon, Jul 22 | 10:09 a.m.

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । 

ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଉଛନ୍ତି ୯୭୨ ଜଣ ଛାତ୍ରଛାତ୍ରୀ । ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୧୨୧ ପରୀକ୍ଷା କେନ୍ଦ୍ର କରାଯାଇଛି । ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ ।

ଆହୁରି ପଢନ୍ତୁ ଓଡିଶା ଖବର...
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା