ଗୁଡ୍ ସମରିଟାନ ପୁରସ୍କାର ପାଇଲେ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର
by Argus News
Wed, Nov 29 | 7:50 p.m.

ଅର୍ଗସ ବ୍ୟୁରୋ : ସମ୍ମାନିତ ହେଲେ ବ୍ରହ୍ମଗିରି ବିଧାୟକ । ଗୁଡ୍ ସମରିଟାନ ପୁରସ୍କାର ପାଇଲେ ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର । ଟ୍ରାନ୍ସପୋର୍ଟ ବିଭାଗ ପକ୍ଷରୁ ଆଜି ପୁରୀର ସ୍ବତନ୍ତ୍ର ସର୍କିଟ୍ ହାଉସ୍ ଠାରେ ସମ୍ମାନିତ ହୋଇଛନ୍ତି ବିଧାୟକ । ଗତ ଜୁଲାଇ ମାସ ୪ତାରିଖରେ ଦୁର୍ଘଟଣା ରେ ଆହତ ହୋଇଥିବା ଦମ୍ପତିଙ୍କୁ ଉଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ବିଧାୟକ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଦମ୍ପତିଙ୍କ ଜୀବନ ବଞ୍ଚାଇ ମୋହାନତା ଦେଖାଇଥିଲେ ବ୍ରହ୍ମଗିରି ବିଧାୟକ । ଦେବ ଦୂତ ସାଜି ପହଞ୍ଚିଥିଲେ ବିଧାୟକ । ବାଇକ୍ ଦୁର୍ଘଟଣାରେ ଆହତ ହୋଇ ରାସ୍ତା କଡରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିବା ଦମ୍ପତିଙ୍କୁ ଉଧାର କରି ନିଜ ଚାରିଚକିଆ ଗାଡିରେ ମେଡ଼ିକାଲରେ ପହଞ୍ଚାଇଥିଲେ ବିଧାୟକ । ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ତେଇଶିପୁର ନିକଟରେ ଭୁବନେଶ୍ବର ଜଦୁପୁର ଅଞ୍ଚଳର ଦମ୍ପତି ପୁରୀରୁ ବାଇକ୍ ଯୋଗେ ଭୁବନେଶ୍ବର ଯାଉଥିବା ବେଳେ ଘଟିଥିଲା ବାଇକ୍ ଦୁର୍ଘଟଣା । 

ସେହି ରାସ୍ତା ଦେଇ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଯାଉଥିବା ବେଳେ ଲୋକେ ରୁଣ୍ଡ ହୋଇଥିବା ଦେଖି ଅଟକିଥିଲେ ବିଧାୟକ। ଆହତ ଦମ୍ପତିଙ୍କୁ ଟେକି ନିଜ ଗାଡିରେ ମଙ୍ଗଳପୁର ଡାକ୍ତର ଖାନାରେ ଭର୍ତ୍ତିକରି ଚିକିତ୍ସା କରାଇଥିଲେ ବିଧାୟକ । ଆହତ ଦମ୍ପତିଙ୍କୁ ଉତମ ଚିକିତ୍ସା କରାଇବାକୁ ଡାକ୍ତରଙ୍କୁ ଅନୁରୋଧ କରିଥିଲେ ବିଧାୟକ । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ