ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ କଡା ଚେତାବନୀ
by Argus News
Fri, Jul 12 | 3:54 p.m.

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବ ନେବା ପରେ ନୀତିକାନ୍ତି ଉପରେ ଗୁରୁତ୍ବ ଦେଇଛନ୍ତି ଅରବିନ୍ଦ ପାଢୀ । ସଠିକ ସମୟରେ ନୀତିକାନ୍ତି ସହ ନୀତି ଶୃଙ୍ଖଳା ଉପରେ ଗୁରୁତ୍ବାରୋପ କରିଛନ୍ତି । ବିଶୃଙ୍ଖଳିତ ଆଚରଣ ପାଇଁ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ରଥ ଉପରେ କିଛି ସେବାୟତ ମୋବାଇଲ ବ୍ୟବହାର କରୁଥିବା ନଜରକୁ ଆସିଛି । ଏଭଳି ବିଶୃଙ୍ଖଳିତ ଆଚରଣ ପାଇଁ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ।

ଯେଉଁମାନେ ଅଧିକୃତ ନୁହନ୍ତି ସେମାନେ ରଥ ଉପରେ ରହୁଛନ୍ତି ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସମସ୍ତ ନିଯୋଗ ସହ ବୈଠକ କରିବେ । ଅଣସେବାୟତଙ୍କୁ ମଧ୍ୟ ଚେତାବନୀ ଦେଇଛନ୍ତି  । ରଥ ଉପରେ ଅଣସେବାୟତ ଚଢିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ତିନିଜଣିଆ କମିଟି ରିପୋର୍ଟ ଦେଲା ପରେ ପହଣ୍ଡି ବିଜେ ଅଘଟଣ ସମ୍ପର୍କରେ ତର୍ଜମା କରାଯିବ । ରଥ ଉପରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନାହିଁ । ସେପଟେ ରତ୍ନଭଣ୍ଡାର ପ୍ରସଙ୍ଗରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟ ସରକାରଙ୍କ ମୋଡାଲିଟିକୁ ଅନୁପାଳନ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।

ପହଣ୍ଡି ସମୟରେ ମୁହଁ ମାଡ଼ି ତଳେ ପଡ଼ିବା ପୂର୍ବରୁ ଚାର ଉପରେ ଅଧଘଣ୍ଟା ଅଟକି ଥିଲେ ମହାପ୍ରଭୁ

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ