ଶିକ୍ଷକ ପୁରସ୍କାର ବିଜେତାଙ୍କୁ ଭେଟିଲେ ମୋଦି
by Argus News
Sat, Sep 07 | 8:33 p.m.

ଅର୍ଗସ ବ୍ୟୁରୋ: ଜାତୀୟ ଶିକ୍ଷକ ପୁରସ୍କାର 2023 ବିଜେତାମାନଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ 82 ଜଣ ଜାତୀୟ ଶିକ୍ଷକ ପୁରସ୍କାର ବିଜେତାଙ୍କ ସହିତ କଥା ହୋଇଛନ୍ତି ପିଏମ ମୋଦି । ଆଲୋଚନାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସାମିଲ ହୋଇଛନ୍ତି । 

ଶିକ୍ଷାଦାନ ଅଭିଜ୍ଞତା ଏବଂ ଶିକ୍ଷଣକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସେମାନଙ୍କ ଦ୍ବାରା ଗ୍ରହଣ କରାଯାଇଥିବା ଅଭିନବ କୌଶଳ ବିଷୟରେ ହୋଇଛି ଆଲୋଚନା । ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଭାଷା ସହ ପରିଚୟ କରାଇବା ପାଇଁ ବିଭିନ୍ନ ଭାଷାରେ ସ୍ଥାନୀୟ ଲୋକକଥା ଶିଖାଇବାକୁ ଶିକ୍ଷକମାନଙ୍କୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି । 

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଶିକ୍ଷକମାନେ ସେମାନଙ୍କ ଛାତ୍ରଛାତ୍ରୀମାନଙ୍କୁ ଭାରତର ବିବିଧତା ଅନୁସନ୍ଧାନ କରିବା ପାଇଁ ଶିକ୍ଷାଗତ ଗସ୍ତରେ ନେଇପାରିବେ, ଯାହା ସେମାନଙ୍କ ଶିକ୍ଷଣରେ ସହାୟକ ହେବ ଏବଂ ସେମାନଙ୍କୁ ସେମାନଙ୍କ ଦେଶ ବିଷୟରେ ସାମଗ୍ରିକ ଭାବରେ ଜାଣିବାରେ ମଧ୍ୟ ସାହାଯ୍ୟ କରିବ । ଏହା ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ସହ ସ୍ଥାନୀୟ ଅର୍ଥନୀତିକୁ ମଧ୍ୟ ପ୍ରୋତ୍ସାହନ ଦେବ ବୋଲି ସେ କହିଛନ୍ତି ।
 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ