ଆଜିଠୁ 2ଦିନିଆ ଗୁଜରାଟ ଗସ୍ତରେ ଯିବେ ମୋଦି
by Argus News
Sun, Feb 25 | 8:08 a.m.

 ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠୁ 2ଦିନିଆ ଗୁଜରାଟ ଗସ୍ତରେ ଯିବେ। ଆଜି ସାକାଳେ ପ୍ରଧାନମନ୍ତ୍ରୀ ବେଟ ଦ୍ବାରକା ମନ୍ଦିରରେ ଦର୍ଶନ ଏବଂ ପୂଜା କରିବେ । ଏହା ପରେ ସୁଦର୍ଶନ ସେତୁ ପରିଦର୍ଶନରେ ଯିବେ। ପରେ ପ୍ରଧାନମନ୍ତ୍ରୀ ଦ୍ୱାରକା ଠାରେ ୪ ହଜାର ୧୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଲୋକାର୍ପଣ ତଥା ଶିଳାନ୍ୟାସ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ରାଜକୋଟ ଏମ୍ସ ପରିଦର୍ଶନ କରିବେ । ରାଜକୋଟର ରେସ୍ କୋର୍ସ ଗ୍ରାଉଣ୍ଡରେ ୪୮,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିବେ ।

ପ୍ରଧାନମନ୍ତ୍ରୀ ଭାଦିନାର ଠାରେ ପାଇପଲାଇନ ପ୍ରକଳ୍ପ ଏବଂ ରେଳ ବିଦ୍ୟୁତିକରଣ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ରାଜକୋଟରେ ଆୟୋଜିତ ଏହି ସାର୍ବଜନୀନ ସମାରୋହରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ, ସଡ଼କ, ରେଳ, ଶକ୍ତି, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ, ପର୍ଯ୍ୟଟନ ଆଦି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ ଅନ୍ତର୍ଭୁକ୍ତ କରି ୪୮,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବେ, ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ଏବଂ ଶିଳାନ୍ୟାସ କରିବେ । ଦେଶରେ ତୃତୀୟ ସ୍ତରୀୟ ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ରାଜକୋଟ, ଭଟିଣ୍ଡା (ପଞ୍ଜାବ), ରାୟବରେଲି (ଉତ୍ତର ପ୍ରଦେଶ), କଲ୍ୟାଣୀ (ପଶ୍ଚିମବଙ୍ଗ) ଏବଂ ମଙ୍ଗଳାଗିରି (ଆନ୍ଧ୍ରପ୍ରଦେଶ)ରେ ଥିବା ପାଞ୍ଚଟି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ (ଏମ୍ସ)କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ ।

ଅଧିକ ପଢନ୍ତୁ ଭାରତ ଖବର 

ସର୍ବଭାରତୀୟ ନିଟ
12m ago
ସର୍ବଭାରତୀୟ ନିଟ ପରୀକ୍ଷାରେ ସଫଳ ହେବା ସହ ଡାକ୍ତର ହେବେ ଦିପୁ
ଅର୍ଗସ ବ୍ୟୁରୋ: ଜୀବନର ସଂଘର୍ଷ ତାଙ୍କୁ ଶିଖାଇଦେଇଛି ବଞ୍ଚିବା। ଯେଉଁ ବୟସରେ ବାପାଙ୍କ ହାତ ଧରି ଏ ଦୁନିଆକୁ ଦେଖିବା କଥା। ସେ ବୟସରେ ବିଧାତା ବି ତାଙ୍କୁ କଷଣ ଦେଇଛି। କିନ୍ତୁ ବାପାଙ୍
ମାଓ ପ୍ରବଣ ଅଞ୍ଚଳରେ
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ
ଉଚ୍ଚ ଜୁଆର
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି