ଓଡିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ
by Argus News
Tue, Jun 11 | 6:02 p.m.

ଭୁବନେଶ୍ୱର:  ବହୁ ପ୍ରତିକ୍ଷାର ଘଟିଲା ଅନ୍ତ।  ଓଡ଼ିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ। ମୋହନ ମାଝୀ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ନେତା ଚୟନ ହୋଇଥିବା ସୂଚନା। 

ତେବେ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝରର ବିଧାୟକ ମୋହନ ମାଝୀ । ଆସନ୍ତାକାଲି ଅପରାହ୍ନ ୪.୪୫ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ । ସେହିପରି ଓଡ଼ିଶାରେ ଦୁଇ ଉପମୁଖ୍ୟମନ୍ତ୍ରୀ ହେବେ। କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡା ହେବେ ଉପମୁଖ୍ୟମନ୍ତ୍ରୀ ।  ଶପଥ ପାଠ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ଅନେକ କେନ୍ଦ୍ରମନ୍ତ୍ରୀ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ମୋହନ ମାଝୀ କେନ୍ଦୁଝରରୁ ଏଥର କ୍ରମାଗତ ୪ର୍ଥ ବିଜୟ ହାସଲ କରିଛନ୍ତି। ସେହିପରି ସେ ଜଣେ ଆଦିବାସୀ ନେତା ଭାବେ ବେଶ ପରିଚିତ। 

ଅଧିକ ପଢନ୍ତୁ ଓଡିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ