ଗ୍ୟାଙ୍ଗଷ୍ଟର ଭୂମିକାରେ ନଜର ଆସିବେ ମୋନା
by Argus News
Tue, Jul 23 | 10:33 p.m.

ଅର୍ଗସ ବ୍ୟୁରୋ: ଅଭିନେତ୍ରୀ ମୋନା ସିଂ କେବଳ ଟିଭି ପରଦାରେ ନୁହେଁ ବରଂ ବଲିଉଡରେ ମଧ୍ୟ ନିଜ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ନିକଟରେ ତାଙ୍କୁ ଗୋଟିଏ ପରେ ଗୋଟିଏ ବଡ଼ ପ୍ରଡକ୍ସନ ହାଉସର ଫିଲ୍ମରେ ମଧ୍ୟ କାର୍ଯ୍ୟ କରିବାର ସୁଯୋଗ ମିଳିଛି। ହରର କମେଡି ଫିଲ୍ମ ମୁଞ୍ଜ୍ୟାରେ ନିଜର ଚମତ୍କାର ଅଭିନୟ ଦ୍ବାରା ମୋନା ଦର୍ଶକଙ୍କୁ ପ୍ରଭାବିତ କରିବାରେ ସଫଳ ହୋଇଛନ୍ତି। ଏହି ଫିଲ୍ମ ବକ୍ସ ଅଫିସରେ ୧୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରି ହିଟ ସାବ୍ୟସ୍ତ ହୋଇଛି। 

ମୋନାଙ୍କୁ ଆଗାମୀ ଦିନରେ ଅଭିନେତା ଆମିର ଖାନଙ୍କ ଦ୍ବାରା ପ୍ରଯୋଜିତ `ହାପି ପଟେଲ ଖତରନାକ ଜାସୁସ' ଫିଲ୍ମରେ ଦେଖିବାକୁ ମିଳିବ। ଏହି ଫିଲ୍ମ ଯୋଗେ ମୋନାଙ୍କୁ ତୃତୀୟ ଥର ପାଇଁ ଆମିରଙ୍କ ସହ କାମ କରିବାର ସୁଯୋଗ ମିଳୁଛି। ଯାହାକୁ ନେଇ ସେ ବହୁତ ଉତ୍ସାହିତ ଅଛନ୍ତି। ଚଳିତବର୍ଷ ଦୀପାବଳିରେ ଏହି ଫିଲ୍ମ ରିଲିଜ ହେବ। ମୋନା ଏହି ଫିଲ୍ମରେ ଜଣେ ଗ୍ୟାଙ୍ଗଷ୍ଟର ଭୂମିକାରେ ନଜର ଆସିବେ। ନିକଟରେ ଏହି ଆଡଭେଞ୍ଚର କମେଡି ଫିଲ୍ମରେ ମୋନଙ୍କ ସୁଟିଂ ଶେଷ ହୋଇଛି। 

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା