ଗତବର୍ଷ ଅପେକ୍ଷା ପୁରୀକୁ ଏଥର ଅଧିକ ଟ୍ରେନ୍ ଚାଲିବ
by Argus News
Sat, Jun 29 | 8:19 p.m.

ଅର୍ଗସ ବ୍ୟୁରୋ: ରଥଯାତ୍ରାରେ ଚାଲିବ ୩୧୫ ସ୍ୱତନ୍ତ୍ର ଟ୍ରେନ୍। ଗତ ବର୍ଷ ଅପେକ୍ଷା ଏଥର ଅଧିକ ଟ୍ରେନ୍ ଚାଲିବ। ଏନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ରେଳ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରେଳ ମନ୍ତ୍ରୀ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ନେଇ ସୂଚନା ଦେଇଛନ୍ତି । ତାସହ ଏଥର ରଥଯାତ୍ରାରେ ଅଧିକ ବ୍ୟବସ୍ଥା ହେବ। ୧୫ ହଜାର ଯାତ୍ରୀ ପୁରୀ ଷ୍ଟେସନରେ ରହଣୀ ନେଇ ବି ବ୍ୟବସ୍ଥା ହେବ ବୋଲି ସେ ଦୋହରାଇଛନ୍ତି।

ଅନ୍ୟପଟେ ପୁରୀରେ ରଥ ନିର୍ମାଣ କାମ ଜୋରସୋରରେ ଚାଲିଛି। ତିନି ରଥରେ ଖପୁରୀ ସମେତ ପାରାଭାଡ଼ିକୁ ମିଶାଇ ୧୩ ପରସ୍ତ ପୋଟଳ ସେଟିଙ୍ଗ ସମ୍ପୂର୍ଣ୍ଣ ହୋଇଛି। ମହାରଣା ସେବକମାନେ ତିନି ରଥର ପ୍ରଭାଫ୍ରେମ୍ ପ୍ରସ୍ତୁତ ପୂର୍ବକ ଫ୍ରେମରେ ପଟା ପକାଇ ଖିଲଣ କଟିଙ୍ଗ ଶେଷ କରିଛନ୍ତି। ପ୍ରଭାରେ ବାଙ୍କ ପଡ଼ି ରୂପ ରେଖାଦେଇ ପଟା ସେଟିଙ୍ଗ ବାକି ରହିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ପ୍ରବଳ ବର୍ଷା
53m ago
ଦିଲ୍ଲୀ ସମେତ ଉତ୍ତର ଭାରତରେ ପ୍ରବଳ ବର୍ଷା ସମ୍ଭାବନା
ନୂଆଦିଲ୍ଲୀ: ଆସାମ ଓ ହିମାଚଳରେ ବର୍ଷା ବିତ୍ପାତ । ହିମାଳୟ କ୍ଷେତ୍ରରେ ବିଭିନ୍ନ ସ୍ଥାନରେ ଭୂସ୍ପଳନ ଘଟିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । କେବଳ ଆସାମରେ ବର୍ଷା ଜନିତ ମୃତ୍ୟ
ହସ୍ପିଟାଲରେ ଭର୍ତ୍ତି
ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି । ଗୋଟିଏ ସପ୍ତାହ ମଧ୍ୟରେ ୨ ଥର ହସ୍ପିଟାଲରେ ହେଲେଣି ଭର୍ତ୍ତି । ଆଡଭାନୀଙ୍କ ସ୍ବାସ୍ଥ୍ୟବସ୍ଥା ଖରା
ନିର୍ବାଚନ
ଦେଶରେ ନୂଆ ସରକାର ବାଛିବେ ବ୍ରିଟିଶବାସୀ
ନୂଆଦିଲ୍ଲୀ: ଆଜି ବ୍ରିଟେନ ନିର୍ବାଚନ । ଦେଶରେ ନୂଆ ସରକାର ବାଛିବେ ବ୍ରିଟିଶବାସୀ । ଏଥର ଋଷି ସୁନକଙ୍କ କଞ୍ଜରଭେଟିଭ ପାର୍ଟି ଏବଂ ଲେବର ପାର୍ଟି ମଧ୍ୟରେ କଡା ଟକ୍କର ହେଉଛି । ୬୫୦ ଆସ